‘ଭିଏସ୍‌ଏସ୍‌କୁ ଅଧିକ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ହେଉ’

ଢେଙ୍କାନାଳ ଅଫିସ,୨୨ା୧- ଢେଙ୍କାନାଳ ଜିଲା ବନବିଭାଗ ପକ୍ଷରୁ ଜିଲାସ୍ତରୀୟ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ-୨ ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଛି। ଜାପାନ ଅନ୍ତର୍ଜାତୀୟ ସହଯୋଗୀ ସଂସ୍ଥା(ଜାଇକା) ସହାୟତାରେ ଓଡିଶାର ୧୪ଟି ବନଖଣ୍ଡରେ ୨୦୧୭-୧୮ ଠାରୁ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପ ୨୦୨୭-୨୮ ଯାଏ କାର୍ଯ୍ୟକାରୀ ହେବ। ଜଙ୍ଗଲର ଅଭିବୃଦ୍ଧି ସହ ସ୍ଥାନୀୟ ଲୋକଙ୍କ ଜୀବନ ଜୀବିକା ଉନ୍ନତି ଏହି ପ୍ରକଳ୍ପର ମୂଳଲକ୍ଷ୍ୟ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ା
ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଲେ ଯେ, ପ୍ରକଳ୍ପ ଅଧୀନରେ ହେଉଥିବା କାର୍ଯ୍ୟକ୍ରମଗୁଡିକ ଆଗାମୀ ଦିନରେ ଏହାକୁ ଅଧିକ ଲୋକାଭିମୁଖୀ କରିବାର ଆବଶ୍ୟକତା ରହିଛି। ବିଶେଷକରି ବନ ସଂରକ୍ଷଣ ସୁରକ୍ଷା ସମିତିକୁ ଅଧିକ ସ୍ବାବଲମ୍ବୀ କରିବା ପ୍ରକଳ୍ପର ମୁଖ୍ୟଲକ୍ଷ୍ୟ ହେବା ଉଚିତ ବୋଲି ଜିଲାପାଳ କହିଥିଲେ। ଏସ୍‌ପି ଅନୁପମା ଜେମ୍‌ସ କହିଥିଲେ, ଜଙ୍ଗଲକୁ ବଞ୍ଚାଇ ରଖିଲେ ଏହା ଉପରେ ଯେଉଁମାନେ ନିର୍ଭର କରି ଜୀବନ ଜୀବିକା ନିର୍ବାହ କରୁଛନ୍ତି, ସେମାନଙ୍କ ଆର୍ଥିକ ପରିସ୍ଥିତିରେ ଉନ୍ନତି ଆସିବ। ଜିଲାରେ ହାତୀ-ମଣିଷ ବିବାଦକୁ ରୋକିବା ପାଇଁ ଗୁରୁତ୍ୱର ସହ ପଦକ୍ଷେପ ନେବା ଉଚିତ। ବିଶେଷକରି ପରଜଙ୍ଗ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଅଧିକ ହେଉଛି ବୋଲି ଏସ୍‌ପି କହିଥିଲେ। ଏହି ପ୍ରକଳ୍ପର ନିର୍ଦ୍ଦେଶକ ତଥା ପିସିସିଏଫ୍‌ ଡ. ସୁଦର୍ଶନ ପଣ୍ଡା ଏବଂ ଅନୁଗୋଳସ୍ଥିତ ଆରସିସିଏଫ୍‌ ଡ. ପ୍ରଦୀପରାଜ କାରାଟ ଓ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରକଳ୍ପର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଏକ ସମୀକ୍ଷା ପୁସ୍ତିକା ଉନ୍ମୋଚିତ ହୋଇଥିଲା। ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଢେଙ୍କାନାଳ ବନଖଣ୍ଡ ଅନ୍ତର୍ଗତ ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର ପୂର୍ବ ଓ ପଶ୍ଚିମ, କପିଳାସ ଓ ଷଡଙ୍ଗୀ ରେଞ୍ଜ ଅଧିନରେ ସର୍ବମୋଟ ୧୫୦ଟି ବନ ସୁରକ୍ଷା ସମିତି ସହିତ ୪୫୦ଟି ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଏହି କାର୍ଯ୍ୟ ଗୁଡିକ ସମ୍ପାଦନ କରିବାକୁ ବ୍ୟବସ୍ଥା ରହିଛି ବୋଲି ସୂଚନା ଦିଆଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri