ଭିକାରୀ ହତ୍ୟା ଘଟଣା, ୨ ଅଭିଯୁକ୍ତ ଗିରଫ

ଖଲ୍ଲିକୋଟ,୭ା୬(ଡି.ଏନ.ଏ.)- ଖଲ୍ଲିକୋଟ କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗତ ୧୬ ତାରିଖ ରାତିରେ ଭିକାରୀ ତରେଇଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଖଲ୍ଲିିକୋଟ ଥାନା ବିକ୍ରମପୁର ଗ୍ରାମର ପ୍ରମୋଦ ରାଉଳ ଏବଂ ମୋହନପୁର ଗ୍ରାମର କାର୍ତ୍ତିକ ପରିଡ଼ା। ସେମାନଙ୍କଠାରୁ ୨ ବାଇକ୍‌, ଦୁଇଟି ଗୁଳି ଏବଂ ଗୋଟିଏ ମୋବାଇଲ ଫୋନ ଜବତ କରାଯାଇଛି। ଜମିଜମା ବ୍ୟବସାୟ ଏବଂ ପୂର୍ବ ଶତ୍ରୁତାକୁ ନେଇ ଭିକାରୀଙ୍କୁ ହତ୍ୟା କରାଯାଇଥିବା ଆଇଆଇସି ସୁନୀଲ କୁମାର ବେହେରା ସୂଚନା ଦେଇଛନ୍ତି। ଏହି ଘଟଣାରେ ଆଉ ୪ ଜଣ ଫେରାର୍‌ ଥିବା ଜଣାପଡିଛି।
ପୋଲିସ ସୂଚନା ଅନୁଯାୟୀ, ଭିକାରୀ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଲଙ୍ଗଳେଶ୍ୱରର ଜଣେ କଣ୍ଟ୍ରାକ୍ଟର। ସେ ଏକ ରାସ୍ତା କାମ କରୁଥିବା ବେଳେ ମାଟି ଚାଲାଣକୁ ନେଇ ଭିକାରୀଙ୍କ ସହ ତାଙ୍କର ଶତ୍ରୁତା ହୋଇଥିଲା। ଏପରିକି ନିକଟରେ ସରିଥିବା ନିର୍ବାଚନ ବେଳେ ଭିକାରୀ ଏବଂ ସମ୍ପୃକ୍ତ କଣ୍ଟ୍ରାକ୍ଟରଙ୍କ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇ ଖଲ୍ଲିିକୋଟ ଥାନାରେ ଉଭୟ ପକ୍ଷରୁ ଏତଲା ଦିଆଯାଇଥିଲା। ପୂର୍ବରୁ ଭିକାରୀଙ୍କ ସହ ଅଭିଯୁକ୍ତ ପ୍ରମୋଦଙ୍କର ଜମିଜମା କିଣାବିକା ନେଇ ବିବାଦ ଥିଲା। ସେହିପରି ୨୦୧୧ରେ ଭିକାରୀଙ୍କର ଅଭିଯୁକ୍ତ କାର୍ତ୍ତିକଙ୍କ ମଧ୍ୟରେ ମାରପିଟ ହୋଇଥିଲା। ତେଣୁ ମୁଖ୍ୟ ଅଭିଯୁକ୍ତ ଜଣକ ପ୍ରମୋଦ ଓ କାର୍ତ୍ତିକଙ୍କୁ ଏକାଠି କରି ଭିକାରୀଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ମେ ୧୫ରେ ବାଲୁଗାଁ ନିକଟ ଖଡ଼ିକାପଲି ରାମେଶ୍ୱର ମନ୍ଦିରରେ ଏ ନେଇ ୩ ଅଭିଯୁକ୍ତ ଯୋଜନା ପ୍ରସ୍ତୁତ କରିଥିଲେ। ପରେ ସେମାନେ ସୁପାରିକିଲର ଡ଼ାକି ହତ୍ୟାକାଣ୍ଡ ଘଟାଇଥିବା ଜଣାପଡ଼ିଛି। ୬ ଲକ୍ଷ ଟଙ୍କାରେ ଏହା ଡିଲ୍‌ ହୋଇଥିବାର କୁହାଯାଉଛି। ମୁଖ୍ୟ ଅଭିଯୁକ୍ତ ଧରାଗଲେ ସମସ୍ତ ତଥ୍ୟ ପଦାକୁ ଆସିବ ବୋଲି ପୋଲିସ କହିଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିଲା। ଉକ୍ତ ଟିମରେ ଏସଆଇ ସିଲୁ ଧଳ, ଏଏସଆଇ ଡିଏମଆର ଦୋରାଙ୍କ ସମେତ ଅନ୍ୟ ପୋଲିସ ସାମିଲ ଥିଲେ। ଖୁବଶୀଘ୍ର ଅନ୍ୟ ଅଭିଯୁକ୍ତ ଧରାପଡ଼ିବେ ବୋଲି ଆଇଆଇସି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri