Posted inଖେଳ

ଭିଜା ଲାଗି ସାହାଯ୍ୟ ଲୋଡିଲେ ଦୂତୀ

ନୂଆଦିଲ୍ଲୀ,୯।୮(ପି.ଟି.):ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ୟୁରୋପରେ କେତୋଟି ରେସ୍‌ରେ ଭାଗ ନେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ତେବେ ଏଥିପାଇଁ ଭିଜା ପାଇବାରେ ସମସ୍ୟା ଉପୁଜିଛି। ଫଳରେ ସେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସାହାଯ୍ୟ ଲୋଡିଛନ୍ତି। ଅଗଷ୍ଟ ୧୩ରେ ଆୟର୍ଲାଣ୍ଡ ଓ ୧୯ରେ ଜର୍ମାନୀରେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍ସ ଫେଡେରେଶନ (ଆଇଏଏଏଫ) ଅନୁମୋଦିତ ରେସ୍‌ଗୁଡିକରେ ସେ ଭାଗନେବେ। ତେବେ ତାଙ୍କୁ ଏପର୍ଯ୍ୟନ୍ତ ଭିଜା ମିଳିନାହିଁ।
କୌଣସି କାରଣରୁ ଭିଜା ମିଳିପାରିନାହିଁ ବୋଲି ଦୂତୀ ଟୁଇଟ୍‌ କରି ଜଣାଇଛନ୍ତି। ଗତ ସପ୍ତାହରେ ଦୂତୀ ଭିଜା ପାଇଁ ଆବେଦନ କରିଥିଲେ ଓ ଶୁକ୍ରବାର ଗସ୍ତ ଆରମ୍ଭ କରିବାର ଯୋଜନା ରଖିଥିଲେ। ବିଶ୍ୱ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ ଏହି ଦୁଇଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଚାହୁଁଥିଲେ। ତେବେ ସେ ଏଥିପାଇଁ ପାଣ୍ଠି ସଂଗ୍ରହ କରିପାରି ନ ଥିଲେ। ଶେଷରେ ଭୁବନେଶ୍ୱରର କିଟ୍‌ ବିଶ୍ୱବିଦ୍ୟାଳୟ ତରଫରୁ ତାଙ୍କୁ ସହଯୋଗ କରାଯାଇଥିଲା ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ଦୂତୀ ଏବେ କିଟ୍‌ରେ ପାଠ ପଢୁଛନ୍ତି। ଆଗାମୀ କିଛି ଦିନରେ ତାଙ୍କୁ ଭିଜା ମିଳିବ ବୋଲି ଆଶା କରାଯାଉଛି। ଉଲ୍ଲେଖଥାଉ କି, ବିଶ୍ୱ ଚାମ୍ପିୟନଶିପ୍‌ କ୍ୱାଲିଫାଇଙ୍ଗ୍‌ ଟାଇମିଙ୍ଗ ହେଉଛି ୧୧.୨୪ ସେକେଣ୍ଡ। ସେହିପରି ୨୦୨୦ ଅଲିମ୍ପିକ୍ସ ଗେମ୍ସ ପାଇଁ କଟ-ଅଫ୍‌ ୧୧.୧୫ ରହିଛି। ତେବେ ଦୂତୀ ଗତ ଏପ୍ରିଲ୍‌ରେ ଦୋହାରେ ଅନୁଷ୍ଠିତ ହୋଇଥିବା ଏସିଆନ ଚାମ୍ପିୟନଶିପ୍‌ରେ ସେ ୧୧.୨୬ ସେକେଣ୍ଟ ନେଇ ବ୍ୟକ୍ତିଗତ ଭାବେ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଏବେ ଏଥିରେ ଉନ୍ନତି ଆଣି ସେ ବିଶ୍ୱ ଚାମ୍ପିୟନଶିପ ଓ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ଲକ୍ଷ୍ୟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri