ଭିଜିଲାନ୍ସର ରେକର୍ଡପତ୍ର ଯାଞ୍ଚ: ସ୍ବୀକାର କଲେ ଅଧ୍ୟକ୍ଷ

ପୁରୀ ଅଫିସ,୧୯ା୧୦: ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜ ସମ୍ମିଳନୀ କକ୍ଷ ଭଡା ବାବଦ ଆଦୟ ଅର୍ଥରେ ବ୍ୟାପକ ଅନିୟମିତତା ହୋଇଛି। ଗତ ସେପ୍ଟେମ୍ବର ୧୧ରେ ଏନେଇ ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା। ଶୁକ୍ରବାର ପୁରୀ ଦୁର୍ନୀତି ନିବାରଣ ସଂସ୍ଥା କଲେଜରେ ପହଞ୍ଚତ୍ ଯାଞ୍ଚ କରିଥିଲେ। ଏଥି ସମ୍ବନ୍ଧୀୟ ରେକର୍ଡପତ୍ର ଭିଜିଲାନ୍ସ ଦ୍ୱାରା ଜବତ କରାଯାଇଛି। ଆଦାୟ ଅର୍ଥରେ ଅନିୟମିତତା ହୋଇଥିବା ପୁରୀ ଭିଜିଲାନ୍ସ ଡିଏସ୍‌ପି ହର ନାରାୟଣ ପତି କହିଛନ୍ତି। ଦୁଇଜଣ ପୂର୍ବତନ କିରାଣି ଏହି ଅର୍ଥ ତୋସରପାତ କରିଥିବା ଯାଞ୍ଚବେଳେ ଜଣାପଡିଛି। କଲେଜ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରା ଅନିୟମିତତା ପ୍ରସଙ୍ଗକୁ ସ୍ବୀକାର କରିବା ସହ ୨ କିରାଣିଙ୍କଠାରୁ ୧ଲକ୍ଷ ୮୫ହଜାର ଟଙ୍କା ଆଦାୟ କରାଯାଇଥିବା କହିଛନ୍ତି। ଏ ସମ୍ପର୍କରେ ଆୟୁଷ ବିଭାଗକୁ ଚିଠି ଲେଖି ଜଣାଇଦିଆଯାଇଛି। ଏଥିରେ ସଂପୃକ୍ତ ଥିବା ଦୋଷୀ ଦଣ୍ଡ ପାଆନ୍ତୁ ବୋଲି ସେ କହିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।
ଭଡ଼ା ବାବଦ ଆଦାୟ ଅର୍ଥ ତୋସରପାତ ନେଇ ସୂଚନା ଅଧିକାର କର୍ମୀ ବଟକୃଷ୍ଣ ପ୍ରଧାନ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ। ପରେ ଏହି ଅନିୟମିତତା ସମ୍ପର୍କରେ ଆଇନଜୀବୀ ପ୍ରସନ୍ନ ଦାଶ ଭିଜିଲାନ୍ସ ଏସ୍‌ପି ଭୁବନେଶ୍ୱରଙ୍କ ନିକଟରେ ଅଭିଯୋଗ କରିଥିଲେ। ଆରଟିଆଇରୁ ମିଳିଥିବା ତଥ୍ୟରେ ଭଡ଼ା ବାବଦ ଆଦାୟ ଅର୍ଥରେ ଅନିୟମିତତା ହୋଇଥିବା ଧରାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri