ଭିଜିଲାନ୍ସ ଜାଲରେ ଇଏସ୍‌ଆଇ ଡାକ୍ତରଖାନାର ମୁଖ୍ୟ କିରାଣୀ

ସୁନ୍ଦରଗଡ, ୨୨।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା କାଂଶବାହାଲସ୍ଥିତ ଇଏସ୍‌ଆଇ ହସ୍ପିଟାଲର ମୁଖ୍ୟ କିରାଣୀ ବିଷ୍ଣୁଚରଣ ମଲ୍ଲିକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଷ୍ଣୁଚରଣ ଡାକ୍ତରଖାନାର ଆମ୍ବୁଲାନ୍ସ ଡ୍ରାଇଭର ବୈରାଗୀ ବେହେରାଙ୍କଠାରୁ ଜିପିଏଫ୍‌ ମଞ୍ଜୁର ପାଇଁ ୧ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ଚଢ଼ାଉକରି ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛନ୍ତି।
ଡ୍ରାଇଭର ବୈରାଗୀ ତାଙ୍କ ଜିପିଏଫ୍‌ ଟଙ୍କା ଉଠାଇବା ପାଇଁ ଗତ ୨୬ /୯/୨୦୧୯ରେ ଆବେଦନ କରିଥିଲେ । ମାତ୍ର ମୁଖ୍ୟ କିରାଣୀ ମଲ୍ଲିକ ଏହି ଜିପିଏଫ୍‌ ଅର୍ଥ ମଞ୍ଜୁର ପାଇଁ ତାଙ୍କୁ ଅର୍ଥ ଦାବି କରିଆସୁଥିଲେ । ଏ ନେଇ ଡ୍ରାଇଭର ବେହେରା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ଅଭିଯୋଗ ପରେ ସମ୍ବଲପୁର ର୍ଦୁନୀତି ନିବାରଣ ଥାନାରେ କେଶ ନଂ. ୫୩/୧୯ରେ ଏକ ମାମଲା ରୁଜୁ ହୋଇଥିଲା । ସମ୍ବଲପୁର ଭିଜିଲାନ୍ସ ବିଭାଗ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri