ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ନବରଙ୍ଗପୁର,୩୦।୧୨(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ନିରଞ୍ଜନ ଜେନା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଯନ୍ତ୍ରୀଙ୍କ ଭୁବନେଶ୍ୱରସ୍ଥିତ କଳାରାହାଙ୍ଗ, କଳିଙ୍ଗବିହାର ବାସଭବନ ଏବଂ ଉମରକୋଟରେ ଥିବା ଭଡ଼ାଘରେ ଏକକାଳୀନ ଚଢ଼ାଉ ଚାଲିଛି। ତେବେ ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ।