ଭିଜିଲାନ୍ସ ଜାଲରେ କପ୍ତିପଦା ଫରେଷ୍ଟର

କପ୍ତିପଦା,୬ା୨(ଡି.ଏନ୍‌.ଏ)- ଏକ ପୁରୁଣା ମାମଲାରେ ଦୋଷୀଙ୍କୁ ଗିରଫ ନ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା କପ୍ତିପଦା ଫରେଷ୍ଟର ଶୋଭାକର ସିଂ ଗୁରୁବାର ଅପରାହ୍ନରେ ବାଲେଶ୍ୱର ଡିଭିଜନ ଭିଜିଲାନ୍ସ ଟିମ ହାତରେ ଧରା ପଡ଼ିଛନ୍ତି। କାଯର୍‌ୟାଳୟରେ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ ହୋଇ ନ ଥିବା ବେଳେ ତାଙ୍କ ହାତ ଧୋଇବା ପରେ ରାସାୟନିକ ଲାଲି ପାଣି ବାହାରି ଥିବା ବିଭାଗ ସୂତ୍ରରୁ ଜଣାପଡ଼ିଛି ା ଲାଞ୍ଚ ଟଙ୍କା ଫରେଷ୍ଟର କାହା ହାତରେ ବାହାରକୁ ପଠାଇ ଦେଇଥିବା ଭିଜିଲାନ୍ସ ଅଧିକାରୀ କହିଛନ୍ତି। ସୂଚନା ଅନୁଯାୟୀ, ଫରେଷ୍ଟର ସିଂ ଏକ ପୁରୁଣା ମାମଲାରେ ଦୋଷୀଙ୍କୁ ଗିରଫ ନ କରିବା ପାଇଁ କପ୍ତିପଦା ଗଡସାହିର ହେମନ୍ତ କୁମାର ବେହେରାଙ୍କଠାରୁ ୧୦ ହଜାର ଟଙ୍କା ଦାବି କରିଥିଲେ ା ଅଭିଯୋଗକାରୀ ବେହେରା ଅପରାହ୍ନରେ ଫରେଷ୍ଟର ସିଂଙ୍କୁ ୫ ହଜାର ଟଙ୍କା ଅଗ୍ରୀମ ଦେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା ା ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି ସନ୍ତୋଷ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢାଉରେ ବାରିପଦା ଡିଏସ୍‌ପି ଶରତ ଚନ୍ଦ୍ର ମହାପାତ୍ର, ଆଇଆଇସି ସିକନ୍ଦର ହେମ୍ରମ୍ବ, ସୁନୀଲ ଏକ୍କା ପ୍ରମୁଖ ସାମିଲ ଥିଲେ ା ଏ ସଂକ୍ରାନ୍ତରେ ବାଲେଶ୍ୱର ଭିଜିଲାନ୍ସ କେସ୍‌ ନଂ. ୭/୨୦୨୦, ୟୁ/ଏସ ୭ପି.ସି ରୁଜୁ କରାଯାଇ ଫରୋଷ୍ଟର ସିଂଙ୍କୁ ଗିରଫ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

ଭୁବନେଶ୍ୱର,୨୭।୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି…

ଲିଷ୍ଟିଂ ପୂର୍ବରୁ ଶେୟାର ବଜାରରେ କମ୍ପନ: ଦେଶର ୨ୟ ମୂଲ୍ୟବାନ କମ୍ପାନୀ ହେବା ଦିଗରେ ଜିଓ ପ୍ଲାଟଫର୍ମସ! ଟାଟା-ଅଦାନୀଙ୍କୁ…

ନୂଆଦିଲ୍ଲୀ,୨୭।୧୦: ଭାରତୀୟ ପୁଞ୍ଜି ବଜାର (Stock Market) ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ନେତୃତ୍ଵାଧୀନ ‘ଜିଓ ପ୍ଲାଟଫର୍ମସ ଲିମିଟେଡ’ (JPL)…

କେଭାଡ଼ିଆ ଗଲେ କୋରାପୁଟର ୫୦ ପ୍ରତିନିଧି

କୋରାପୁଟ,୨୭।୧୦(ଅମିତାଭ ବେହେରା): ଗୁଜରାଟର କେଭାଡିଆଠାରେ ଆସନ୍ତା ୩୦ ଓ ୩୧ ତାରିଖରେ ଆୟୋଜିତ ହେବାକୁ ଥିବା ରାଷ୍ଟ୍ରୀୟ ଏକତା ଦିବସ-୨୦୨୬ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କୋରାପୁଟ ଜିଲାର…

ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍‌): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…

କ୍ଷେତ ବଞ୍ଚାଅ ଅଭିଯାନ: ଜୈବିକ କୃଷିକୁ ପ୍ରୋତ୍ସାହନ ମୁଖ୍ୟ ଲକ୍ଷ୍ୟ

କେସିଙ୍ଗା, ୨୭।୧୦ (ତୁମେଶ୍ୱର ସାହୁ): ଚାଷଜମିର ସୁରକ୍ଷା, ମୃତ୍ତିକାର ସ୍ବାସ୍ଥ୍ୟ ବଜାୟ ରଖିବା ଏବଂ ଜୈବିକ ଓ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କଳାହାଣ୍ଡି…

‘ଅର୍ଣ୍ଣବ’ର ମୁକାବିଲା ପାଇଁ ପ୍ରସ୍ତୁତ ରାମନାଗୁଡ଼ା ବ୍ଲକ ପ୍ରଶାସନ: ୧୪ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ଗୁଣପୁର, ୨୭।୧୦(ସୁଜାତା ପାଢ଼ୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଏବଂ ଜିଲାରେ ସ୍ଥିତି ନିୟନ୍ତ୍ରଣ ପାଇଁ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?