ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା ପାଇଁ ସେ ୫ହଜାର ଟଙ୍କା ଲାଞ୍ଚ ନେଉଥିଲେ।
ଜିଲାର ୧୨ଟି ବ୍ଲକରେ ଜଳସେଚନ ବିଭାଗର ଅନେକ କାମ ହାତକୁ ନିଆଯାଇଛି। ଏସବୁ କାର୍ଯ୍ୟ ପାଇଁ ଠିକାଦାରମାନେ ମୁଖ୍ୟତଃ ବାଲେଶ୍ୱର ଜଳସେଚନ ବିଭାଗ ଉପରେ ନିର୍ଭର କରିଥାନ୍ତି। ଠିକାଦାରମାନେ ଟେଣ୍ଡର ପକାଇବାଠାରୁ କାର୍ଯ୍ୟ ଶେଷ କରିବା ପର୍ଯ୍ୟନ୍ତ କନିଷ୍ଠଯନ୍ତ୍ରୀଙ୍କଠାରୁ ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପରେ ନିର୍ଭର କରନ୍ତି। ଟେଣ୍ଡର ପକାଇ ମନୋନୀତ ହେବା ପରେ କାର୍ଯ୍ୟ ପାଇଁ ଡିପୋଜିଟ୍‌ ହେଉଥିବା ଟଙ୍କା କାର୍ଯ୍ୟ ଶେଷ ହେବା ପରେ ଫେରାଇ ଦେବା ପାଇଁ ଅଧିକ ଟଙ୍କା ଲାଞ୍ଚ ମାଗିବାରୁ ଠିକାଦାର ଜେନା ଭିଜିଲାନ୍ସର ସହାୟତା ନେଇଥିଲେ। ଭିଜିଲାନ୍ସ ଯୋଜନା ଅନୁସାରେ ଜେନା କ୍ୟାଶିୟର ରାଉତଙ୍କୁ ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ଚଢ଼ାଉ କରି ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri