ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏଫ୍‌ଡିସି ସୁପରଭାଇଜର, ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଗିରଫ

ଝାରସୁଗୁଡା ଅଫିସ୍‌/ଲଖନପୁର,୫।୧୧(ଡି.ଏନ୍‌.ଏ)-ଝାରସୁଗୁଡା ଓଡିଶା ଫରେଷ୍ଟ୍‌ ଡେଭ୍‌ଲପ୍‌ମେଣ୍ଟ କର୍ପୋରେଶନ(ଓଏଫ୍‌ଡିସି)ସୁପରଭାଇଜର୍‌ ସୁମନ୍ତ ପାଇକରାୟ ଜଣେ କାଠ ବ୍ୟବସାୟୀଙ୍କ ନିକଟରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ନିକଟରୁ ୧୬ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଛି। ଏହି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏନେଇ କାଠ ବ୍ୟବସାୟୀ ଦୈତାରୀ ପ୍ରଧାନଙ୍କ ଅଭିଯୋଗକୁ ଭିତ୍ତିିକରି ଭିଜିଲାନ୍ସ ମାମଲା ନଂ.୫୪/୧୯ରେ ରୁଜୁ କରି ତଦନ୍ତ ଚଳାଇଛି। ଏହି ଚଢାଉରେ ଝାରସୁଗୁଡା ଭିଜିଲାନ୍ସ ଡିଏସ୍‌ପି ଦୀଲିପ କୁମାର କର, ଇନ୍‌ସ୍ପେକ୍ଟର ପିକେ ଆଇନ୍ଦ୍‌,ସୁଧାଂଶୁ ଶେଖର ପୂଜାରୀ,ଅଭୟ ପ୍ରଧାନ, କେଏନ୍‌ କୁଜୁର, ତପସ୍ବିନୀ ସେଠ୍‌ ପ୍ରମୁଖ ଅଧିକାରୀ ସାମିଲ ଥିଲେ।

ସୂଚନାନୁଯାୟୀ, ବନବିଭାଗ ନିକଟରୁ ବ୍ୟବସାୟୀ ପ୍ରଧାନ ୧ଲକ୍ଷ ୨୫ହଜାର ଟଙ୍କାରେ କାଠ ଅକ୍ସନ୍‌ରେ ନେଇଥିଲେ। ଚାଲାଣ ଓ ପରିମିଟ୍‌ କରାଇଦେବାକୁ କହି ସୁମନ୍ତ ବ୍ୟବସାୟୀଙ୍କୁ ୨୫ହଜାର ଟଙ୍କା ଦାବି କରିଥିଲେ। ଏସମ୍ପର୍କରେ ବ୍ୟବସାୟୀଜଣଙ୍କ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଭିଜିଲାନ୍ସ ବିଭାଗ ନିର୍ଦ୍ଦେଶକ୍ରମେ ୍ଯଯବସାୟୀ ଜଣଙ୍କ ବଡମାଲସ୍ଥିତ ଓଏଫ୍‌ଡିସି କାର୍ଯ୍ୟାଳୟରେ ପହଞ୍ଚି ୨୫ହଜାର ପରିବର୍ତ୍ତେ ୧୬ହଜାର ଟଙ୍କା ସୁପରଭାଇଜର୍‌ଙ୍କୁ ଦେଇଥିଲେ। ଏହି ସମୟରେ ଚଢ଼ାଉ କରି ସୁପରଭାଇଜର୍‌ଙ୍କ ନିକଟରୁ ଭିଜିଲାନ୍ସ ବିଭାଗ ଲାଂଚ ଟଙ୍କା ଜବତ କରିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?