ଭିଜିଲାନ୍ସ ଜାଲରେ ଥାନା ଏଏସ୍‌ଆଇ

ପୁରୀ ଅଫିସ,୧୭ା୨: ଏକ ମାମଲାରେ ଚାର୍ଜଶିଟ୍‌ରୁ ନାମ ବାଦ ଦେବା ଲାଗି ଟାଉନ ଥାନା କାର୍ଯ୍ୟରତ ଏଏସ୍‌ଆଇ ବିରଞ୍ଚତ୍ ରାଉଳ ୩ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶୁକ୍ରବାର ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ଟଙ୍କା ଜବତ କରିବା ସହ ଗିରଫ କରି ଭୁବନେଶ୍ୱର ନେଇଛନ୍ତି। ଏ ନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ କେସ ନଂ. ୭/୨୦୨୦.୭/ପିସି ସଂଶୋଧନ ଆକ୍ଟ ପ୍ରକାରେ ମାମଲା ରୁଜୁ ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ରାଧାଗୋବିନ୍ଦ ଲେନ୍‌ର ବିଜୟ କୁମାର ଖୁଣ୍ଟିଆ ଟାଉନ ଥାନାରେ ଏକ କେସ ନଂ ୬/୨୦ରେ ସମ୍ପୃକ୍ତ ଥିଲେ। ଏହି କେସର ଚାର୍ଜଶିଟ୍‌ରୁ ନାମ ବାଦ ଦେବାକୁ ବିଜୟ ତଦନ୍ତ ଅଧିକାରୀ ଏଏସ୍‌ଆଇ ରାଉଳଙ୍କୁ ଅନୁରୋଧ କରିଥିଲେ। ନାମ ବାଦ ଦେବା ଲାଗି ରାଉଳ ପ୍ରଥମେ ୫ହଜାର ପରେ ୩ହଜାର ଟଙ୍କାରେ ରାଜି ହୋଇଥିଲେ। ଏ ସମ୍ପର୍କରେ ବିଜୟ ଭୁବନେଶ୍ୱର ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ଭିଜିଲାନ୍ସ ଟିମ୍‌ ପୂର୍ବରୁ ସଜାଗ ରହିଥିଲେ। ଶୁକ୍ରବାର ରାତିରେ ଥାନା ନିକଟରେ ଏଏସ୍‌ଆଇ ରାଉଳ ଲାଞ୍ଚ ଟଙ୍କା ନେଉଥିବାବେଳେ ଛକିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ ଘଟଣାସ୍ଥଳରେ ଧରିଥିଲେ। ରଙ୍ଗ ପ୍ରଲେପ ଦିଆ ଲାଞ୍ଚ ଟଙ୍କା ଜବତ କରିଥିଲେ। ଚଢ଼ାଉବେଳେ ଭୁବନେଶ୍ୱର ଭିଜିଲାନ୍ସ ଡିଏସପି ଅକ୍ଷୟ ମିଶ୍ରଙ୍କ ନେତୃତ୍ୱରେ ଇନ୍ସପେକ୍ଟର ସରିତା ତ୍ରିପାଠୀ, ମଦନ ପ୍ରଧାନ ଏବଂ ୪ଜଣ ଷ୍ଟାଫ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri