ଭିଜିଲାନ୍ସ ଜାଲରେ ବଡ଼ବିଲ ସହକାରୀ ରାଜସ୍ବ ନିରୀକ୍ଷକ: ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବଡ଼ବିଲ,୨୫।୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। କାରାକୋହ୍ଲ ଅଞ୍ଚଳର ଜାକ୍ରିଏସ କିସପଟା ନାମକ ବ୍ୟକ୍ତିଙ୍କ ଜମି ଚିହ୍ନଟ ପାଇଁ ଏଆର୍‌ଆଇ(ସହକାରୀ ରାଜସ୍ବ ନିରୀକ୍ଷକ) ରାମେଶ୍ୱର ମାରାଣ୍ଡି ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛି।

ସୂଚନାନୁଯାୟୀ, ଜାକ୍ରିଏସଙ୍କ ଜମି ଚିହ୍ନଟ ପାଇଁ ବଡ଼ବିଲ ତହସିଲ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ତହସିଲଦାରଙ୍କ ପକ୍ଷରୁ ଜମି ଚିହ୍ନଟ ପାଇଁ ଆଦେଶ ମଧ୍ୟ ହୋଇଥିଲା। ତେବେ ଏଆର୍‌ଆଇ ରାମେଶ୍ୱର ବିଭିନ୍ନ ଆଳ ଦେଖାଇ ଶୀଘ୍ର ଜମି ଚିହ୍ନଟ ହୋଇପାରିବ ନାହିଁ ଓ ୫ ହଜାର ଟଙ୍କା ଦେଲେ ସଙ୍ଗେସଙ୍ଗେ ଜମି ଚିହ୍ନଟ କରାଇଦେବେ ବୋଲି କହିଥିଲେ। ଏହାପରେ ଗତ ୨୦ ତାରିଖରେ ୩ ହଜାର ଟଙ୍କାରେ କଥା ଛିଡ଼ିଥିଲା। ଏନେଇ ଜାକ୍ରିଏସ କେନ୍ଦୁଝର ଭିଜିଲାନ୍ସକୁ ଜଣାଇଥିଲେ। ଶେଷରେ ପୂର୍ବ ଯୋଜନା ମୁତାବକ ମଙ୍ଗଳବାର ଆରଆଇ ଅଫିସରେ ଜାକ୍ରିଏସଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଟିମ ଚଢ଼ାଉକରି ଏଆର୍‌ଆଇଙ୍କୁ ଧରିଥିଲା। ପରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ତେବେ ଏଆର୍‌ଆଇ ଲାଞ୍ଚ ନେବା କଥାକୁ ଅସ୍ବୀକାର କରିଛନ୍ତି। ଏନେଇ ପଚରାଯିବାରେ କେନ୍ଦୁଝର ଭିଜିଲାନ୍ସ ଡିଏସପି ଦେବଦତ୍ତ ସେଠୀ କହିଛନ୍ତି ଯେ, ଜାକ୍ରିଏସଙ୍କ ଅଭିଯୋଗ ପରେ ଯୋଜନା କରାଯାଇ ଏଆର୍‌ଆଇ ରାମେଶ୍ୱର ଲାଞ୍ଚ ନେଉଥିବା ବେଳେ ଚଢ଼ାଉ କରି ରେଡ ହ୍ୟାଣ୍ଡ ଧରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri