ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍‌ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର ସେଠୀ। ଭିଜିଲାନ୍ସ ସୂଚନା ଅନୁଯାୟୀ କିରୋସିନ ତୈଳ ଟ୍ୟାଙ୍କର, ଡିଜେଲ ଓ ପେଟ୍ରୋଲ ପମ୍ପ ମାଲିକମାନଙ୍କୁ ବେଆଇନଭାବେ ସହଯୋଗ କରିବା ଅର୍ଥାତ୍‌ କାଲିବ୍ରେସନ୍‌ ସାର୍ଟିଫିକେଟ୍‌ ନବୀକରଣ ପାଇଁ ସେଠୀ ଲାଞ୍ଚ ନେଉଥିବା ବିଶେଷ ସୂତ୍ରରୁ ସୂଚନା ମିଳିଥିଲା। ଏହି ଆଧାରରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସେଠୀଙ୍କ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଥିଲା। ଯୋଜନା ଅନୁଯାୟୀ ଶୁକ୍ରବାର ଭିଜିଲାନ୍ସ ସେଲର ଅଧିକାରୀମାନେ ଅପରାହ୍ନ ୩ଟା୪୫ରେ ତାଙ୍କ ପାରାଦୀପ ମଧୁବନସ୍ଥିତ କାର୍ଯ୍ୟାଳୟରେ ପହଞ୍ଚତ୍ ଯାଞ୍ଚ କରିଥିଲେ। ଏହି ସମୟରେ ତାଙ୍କ ପାଖରୁ ୧,୭୧,୦୭୦ ଟଙ୍କା ମିଳିଥିଲା। ତେବେ ଏତେ ଟଙ୍କା କେଉଁଠୁ ଆଣିଲେ ସେ ସମ୍ପର୍କରେ ପ୍ରଶ୍ନ କରାଯିବାରୁ ସେଠୀ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ପରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ତାଙ୍କ ପାରାଦୀପ ଉଦୟବଟସ୍ଥିତ ଭଡା ଘର, ମଧୁବନସ୍ଥିତ କାର୍ଯ୍ୟାଳୟ ଚାମ୍ବର, ଯାଜପୁର ଜିଲା ଜାବରାସ୍ଥିତ ନିଜ ଘର ଓ ବାଲେଶ୍ୱର ଜିଲା ଉଲୁଦାସ୍ଥିତ ସମ୍ପର୍କୀୟଙ୍କ ଘରେ ଚଢାଉ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri