ଭିଜିଲାନ୍ସ ଜାଲରେ ରାସୋଳ ଥାନାଧିକାରୀ: ୫୦ ହଜାର ଟଙ୍କା ବଟି ନେଉଥିଲେ

ଢେଙ୍କାନାଳ ଅଫିସ/ରାସୋଳ (ଡି.ଏନ୍‌.ଏ.), ୨୯।୫- ମାସିକିଆ ବଟି ନେଉଥିବାବେଳେ କଟକ ଭିଜିଲାନ୍ସ ସେଲ୍‌ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ ଜିଲା ରାସୋଳ ଥାନାଧିକାରୀ ତଥା ଏସ୍‌ଆଇ ସନ୍ତୋଷ କୁମାର ପ୍ରଧାନ। ୫୦ହଜାର ଟଙ୍କା ସହ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ କାବୁ କରିବାରେ ସକ୍ଷମ ହୋଇଛନ୍ତି। ସନ୍ତୋଷ ଏପରି ଅନେକ ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ ହୋଇଛି। ତାଙ୍କ କଳାକାରନାମାର ଚିଠା ହାତେଇବାକୁ ଅଧିକାରୀମାନେ ଖୋଳତାଡ଼ ଆରମ୍ଭ କରିଛନ୍ତି।
ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅଞ୍ଚଳର କ୍ରଶର ମାଲିକ ଆଶୁତୋଷ ମହାନ୍ତିଙ୍କଠାରୁ ମାସିକିଆ ବଟି ଆଦାୟ କରୁଥିଲେ ସନ୍ତୋଷ। ନିର୍ବାଚନ ପରେ ସେ ୨ ଲକ୍ଷ ଟଙ୍କା ମାଗିବାରୁ ଏ ନେଇ ଅସହାୟତା ପ୍ରକାଶ କରିଥିଲେ ସମ୍ପୃକ୍ତ କ୍ରଶର ମାଲିକ। ତଥାପି ନିଜ ଜିଦ୍‌ରୁ ହଟି ନ ଥିଲେ ଥାନାଧିକାରୀ। ଏହାପରେ ଆଶୁତୋଷ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ଅନୁଯାୟୀ ମଙ୍ଗଳବାର ଅପରାହ୍ନରେ ଆଶୁତୋଷ ୫୦ହଜାର ଟଙ୍କା ଦେଉଥିବାବେଳେ ପୂର୍ବରୁ ଲୁଚି ରହିଥିବା ଭିଜିଲାନ୍ସ ଟିମ୍‌ ସ୍ଥାନୀୟ ଟୋଲ୍‌ ଗେଟ୍‌ ନିକଟରେ ଥାନାଧିକାରୀଙ୍କୁ କାବୁ କରିଥିଲେ। ଏହି ସମୟରେ ଧସ୍ତାଧସ୍ତି ହୋଇଥିଲା। ସାଦାପୋଷାକଧାରୀ ଭିଜିଲାନ୍ସ ଅଧିକାରୀଙ୍କୁ ଠେଲାପେଲା କରି ଖସି ପଳାଇଯିବାକୁ ଉଦ୍ୟମ କରୁଥିବାବେଳେ ଅଭିଯୁକ୍ତଙ୍କୁ ମାଡ଼ି ବସିଥିଲେ କର୍ମଚାରୀ। ଏହାପରେ ଥାନାଧିକାରୀଙ୍କ ସରକାରୀ ବାସଭବନରେ ଯାଞ୍ଚ କରାଯାଇଛି। ଟିମ୍‌ର ଅନ୍ୟ ସଦସ୍ୟମାନେ ସନ୍ତୋଷଙ୍କୁ କଟକସ୍ଥିତ ଭିଜିଲାନ୍ସ ସେଲ କାର୍ଯ୍ୟାଳୟକୁ ନେଇ ପଚରାଉଚୁରା ଚଳାଇଥିବା ଜଣାପଡ଼ିଛି। ଭିଜିଲାନ୍ସ ଡିଏସ୍‌ପି ପ୍ରଫୁଲ୍ଲ ପଟେଲଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri