ଭିଜିଲାନ୍ସ ଜାଲରେ ରାସୋଳ ଥାନାଧିକାରୀ: ୫୦ ହଜାର ଟଙ୍କା ବଟି ନେଉଥିଲେ

ଢେଙ୍କାନାଳ ଅଫିସ/ରାସୋଳ (ଡି.ଏନ୍‌.ଏ.), ୨୯।୫- ମାସିକିଆ ବଟି ନେଉଥିବାବେଳେ କଟକ ଭିଜିଲାନ୍ସ ସେଲ୍‌ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ ଜିଲା ରାସୋଳ ଥାନାଧିକାରୀ ତଥା ଏସ୍‌ଆଇ ସନ୍ତୋଷ କୁମାର ପ୍ରଧାନ। ୫୦ହଜାର ଟଙ୍କା ସହ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ କାବୁ କରିବାରେ ସକ୍ଷମ ହୋଇଛନ୍ତି। ସନ୍ତୋଷ ଏପରି ଅନେକ ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ ହୋଇଛି। ତାଙ୍କ କଳାକାରନାମାର ଚିଠା ହାତେଇବାକୁ ଅଧିକାରୀମାନେ ଖୋଳତାଡ଼ ଆରମ୍ଭ କରିଛନ୍ତି।
ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅଞ୍ଚଳର କ୍ରଶର ମାଲିକ ଆଶୁତୋଷ ମହାନ୍ତିଙ୍କଠାରୁ ମାସିକିଆ ବଟି ଆଦାୟ କରୁଥିଲେ ସନ୍ତୋଷ। ନିର୍ବାଚନ ପରେ ସେ ୨ ଲକ୍ଷ ଟଙ୍କା ମାଗିବାରୁ ଏ ନେଇ ଅସହାୟତା ପ୍ରକାଶ କରିଥିଲେ ସମ୍ପୃକ୍ତ କ୍ରଶର ମାଲିକ। ତଥାପି ନିଜ ଜିଦ୍‌ରୁ ହଟି ନ ଥିଲେ ଥାନାଧିକାରୀ। ଏହାପରେ ଆଶୁତୋଷ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ଅନୁଯାୟୀ ମଙ୍ଗଳବାର ଅପରାହ୍ନରେ ଆଶୁତୋଷ ୫୦ହଜାର ଟଙ୍କା ଦେଉଥିବାବେଳେ ପୂର୍ବରୁ ଲୁଚି ରହିଥିବା ଭିଜିଲାନ୍ସ ଟିମ୍‌ ସ୍ଥାନୀୟ ଟୋଲ୍‌ ଗେଟ୍‌ ନିକଟରେ ଥାନାଧିକାରୀଙ୍କୁ କାବୁ କରିଥିଲେ। ଏହି ସମୟରେ ଧସ୍ତାଧସ୍ତି ହୋଇଥିଲା। ସାଦାପୋଷାକଧାରୀ ଭିଜିଲାନ୍ସ ଅଧିକାରୀଙ୍କୁ ଠେଲାପେଲା କରି ଖସି ପଳାଇଯିବାକୁ ଉଦ୍ୟମ କରୁଥିବାବେଳେ ଅଭିଯୁକ୍ତଙ୍କୁ ମାଡ଼ି ବସିଥିଲେ କର୍ମଚାରୀ। ଏହାପରେ ଥାନାଧିକାରୀଙ୍କ ସରକାରୀ ବାସଭବନରେ ଯାଞ୍ଚ କରାଯାଇଛି। ଟିମ୍‌ର ଅନ୍ୟ ସଦସ୍ୟମାନେ ସନ୍ତୋଷଙ୍କୁ କଟକସ୍ଥିତ ଭିଜିଲାନ୍ସ ସେଲ କାର୍ଯ୍ୟାଳୟକୁ ନେଇ ପଚରାଉଚୁରା ଚଳାଇଥିବା ଜଣାପଡ଼ିଛି। ଭିଜିଲାନ୍ସ ଡିଏସ୍‌ପି ପ୍ରଫୁଲ୍ଲ ପଟେଲଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri