Posted inଖେଳ

ଭିଟୋରିଙ୍କ ଚୁକ୍ତିରେ ପରିବର୍ତ୍ତନ କରିବ ବିସିବି

ଢାକା,୧୯।୨- ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ସ୍ପିନ ବୋଲିଂ ପରାମର୍ଶଦାତା ଡାନିଏଲ ଭିଟୋରିଙ୍କ ସହ ଥିବା ଚୁକ୍ତିରେ ପରିବର୍ତ୍ତନ କରିବାକୁ ଯୋଜନା କରୁଛି। ବାଂଲାଦେଶ ସ୍ପିନରଙ୍କୁ ଭିଟୋରିଙ୍କ ପର୍ଯ୍ୟାପ୍ତ ସମୟ ଦେବା ଲାଗି ବୋର୍ଡ ଉଦ୍ୟମ କରୁଛି। ବର୍ତ୍ତମାନ ଚୁକ୍ତି ଅନୁଯାୟୀ ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପୂର୍ବରୁ ବାଂଲାଦେଶ ସ୍ପିନରଙ୍କ ସହ ୧୦୦ ଦିନ କାର୍ଯ୍ୟ କରିବେ। ଏଥିନେଇ ପ୍ରତ୍ୟେକ ଦିନ ଭିଟୋରିଙ୍କୁ ଅଢ଼େଇ ହଜାର ଆମେରିକୀୟ ଡଲାର ମିଳୁଛି। କୋଚ୍‌ଙ୍କ ସହ ଚୁକ୍ତିରେ ପରିବର୍ତ୍ତନ କରିବାକୁ ଉଦ୍ୟମ କରୁଥିବା ବିସିବି ମୁଖ୍ୟ କାର୍ଯ୍ୟକାରୀ ନିଜାମୁଦ୍ଦିନ ଚୌଧାରୀ କହିଛନ୍ତି। ଭିଟୋରିଙ୍କ ହାତରେ ସମୟ ଅଛି। ଡ୍ରେସିଂ ରୁମ୍‌ରେ ତାଙ୍କ ଉପସ୍ଥିତି ଦଳ ଉପରେ ସକାରାତ୍ମକ ପ୍ରଭାବ ପକାଇବ। ତାଙ୍କ ଅଭିଜ୍ଞତାର ସମ୍ପୂର୍ଣ୍ଣ ଫାଇଦା ଉଠାଇବାକୁ ଚାହୁଁ ବୋଲି ସେ କହିଛନ୍ତି। ଗତବର୍ଷ ଜୁଲାଇରେ ସୁନିଲ ଜୋଶୀଙ୍କ ସ୍ଥାନରେ ଭିଟୋରି ନିଯୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri