ଭିଡ଼ିଓ କନଫେରେନ୍ସିଂରେ ସରପଞ୍ଚଙ୍କ ସହିତ କଥାହେଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୨।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସରପଞ୍ଚମାନଙ୍କ ସହିତ ଭିଡ଼ିଓ କନଫେରେନ୍ସିଂ ଜରିଆରେ କଥାବାର୍ତ୍ତା କରି ବିଭିନ୍ନ ପରାମର୍ଶ ଦେଇଛନ୍ତି। ଲକ୍‌ ଡାଉନ କଟକଣା ଯୋଗୁ ରାଜ୍ୟ ବାହାରେ ରହିଥିବା ଲୋକଙ୍କୁ ନିଜ ଅଞ୍ଚଳକୁ ଫେରାଇ ଆଣିବା ପାଇଁ ପଞ୍ଚାୟତସ୍ତରରେ ସେମାନଙ୍କ ନାମ ପଞ୍ଜିକରଣ, ବସଷ୍ଟାଣ୍ଡ୍‌ କିମ୍ବା ରେଳ ଷ୍ଟେଶନରୁ ସେମାନଙ୍କୁ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ଗ୍ରାମକୁ ପହଞ୍ଚାଇ ୧୪ଦିନ କ୍ବାରେଣ୍ଟାଇନରେ ରଖିବା, ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷଣ ସହିତ ଖାଦ୍ୟ, ପାନୀୟ ବ୍ୟବସ୍ଥା କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ସେହିପରି ୧୪ଦିନ କ୍ବାରେଣ୍ଟାଇନରେ ରହିବା ପରେ ସେମାନଙ୍କୁ ୨ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଥିଲେ । ଏହି ଭିଡ଼ିଓ କନଫେରେନ୍ସିଂ ସମୟରେ ମୁଖ୍ୟମନ୍ତ୍ରୀ ସମସ୍ତ ସରପଞ୍ଚଙ୍କୁ କୋଭିଡ୍‌-୧୯ର ମୁକାବିଲା ପାଇଁ ସେମାନଙ୍କ ଗୁରୁ ଦାୟିତ୍ୱ ନିର୍ବାହ କରିବାର ଶପଥ ପାଠ କରାଇଥିଲେ । ବରଗଡ଼ ବ୍ଲକ ବରଡ଼ୋଲ ପଞ୍ଚାୟତର ସରପଞ୍ଚ ଶରତ ଅଦାବରଙ୍କ ସହିତ ସିଧାସଳଖ କଥାବାର୍ତ୍ତା ମାଧ୍ୟମରେ କରୋନା ମୁକାବିଲା କ୍ଷେତ୍ରରେ ସେ କିଭଳି ସେ ତାଙ୍କ ପଞ୍ଚାୟତସ୍ତରରେ ପ୍ରସ୍ତୁତ ଅଛନ୍ତି, ତାହା ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ । ସମସ୍ତେ ଯେଭଳି ସାମାଜିକ ଦୂରତା ରଖିବେ ଏବଂ ମାସ୍କ ବ୍ୟବହାର ସହିତ ହାତ ସଫା କରି ପରିଷ୍କାର ପରିଚ୍ଛନ୍ନତା ବଜାୟ ରଖିବେ, ସେଥିପ୍ରତି ସେ ଧ୍ୟାନ ଦେବେ ବୋଲି ଅଦାବର କହିଥିଲେ । ଏହା ସହିତ ରାଜ୍ୟ ବାହାରୁ ଫେରୁଥିବା ଶ୍ରମିକମାନଙ୍କୁ ୧୪ଦିନ କ୍ବାରେଣ୍ଟାଇନରେ ରଖିବାକୁ ପଦକ୍ଷେପ ନେବେ ବୋଲି କହିଥିଲେ । ଏହି ସମୟରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ବିଡ଼ିଓ ଯୁଧିଷ୍ଠିର ମେହେର ଏବଂ ୨୭ଜଣ ସରପଞ୍ଚ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri