ଭିଡିଓ କନଫରେନ୍ସରେ ହୋଇପାରେ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୪।୬(ବ୍ୟୁରୋ): କରୋନା (କୋଭିଡ୍‌-୧୯) ମହାମାରୀ ସଂକ୍ରମଣ ବିଧାନସଭା ଅଧିବେଶନ ବସିବା କ୍ଷେତ୍ରରେ ବାଧା ସୃଷ୍ଟି କରିଛି। ଆସନ୍ତା ୬ ମାସ ଅର୍ଥାତ୍‌ ସେପ୍ଟେମ୍ବର ମଧ୍ୟରେ ବାଚସ୍ପତି ବିଧାନସଭା ଅଧିବେଶନ ଡାକି ପାରନ୍ତି। ପୂର୍ବଭଳି ବିଧାନସଭାରେ ଅଧିବେଶନ ନ ହୋଇ ଲୋକସେବା ଭବନରେ ହେବ ବୋଲି ସୂଚନା ମିଳିଛି। ତେବେ ଏହି ଅଧିବେଶନ ଭିଡିଓ କନଫରେନ୍ସ ଜରିଆରେ କରିବାକୁ ବାଚସ୍ପତି ଯୋଜନା କରୁଥିବା ଜଣାପଡିଛି। ଗୁରୁବାର ଏ ନେଇ ଲୋକ ସଭା ଓ ରାଜ୍ୟ ସଭା ବାଚସ୍ପତି, ସଚିବ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନେବେ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ୬ ମାସ ମଧ୍ୟରେ ଥରେ ଅଧିବେଶନ ଡକାଯିବ। ମାର୍ଚ୍ଚ ୩୦ରେ ବଜେଟ ଅଧିବେଶନ ଶେଷ ହୋଇଥିବା ବେଳେ ଆସନ୍ତା ସେପ୍ଟେମ୍ବର ମଧ୍ୟରେ ପୁଣି ଥରେ ବସିବ। ମୌସୁମୀ ଅଧିବେଶନ କେବେ ବସିବ ସେ ନେଇ ସରକାରଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି କହିଛନ୍ତି।
ଏଠାରେ ସୂଚନା ଯୋଗ୍ୟ ଯେ, କୋଭିଡ୍‌-୧୯ ସଂକ୍ରମଣ ଆଶଙ୍କାରେ ପ୍ରଥମ ଥର ଲାଗି ୨୦୨୦ ମାର୍ଚ୍ଚ ୩୦ରେ ବିଧାନସଭା ପରିବର୍ତ୍ତେ ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଡକାଯାଇଥିଲା। କରୋନା ସଂକ୍ରମଣ ଆଶଙ୍କା ଥିବାରୁ ବାଚସ୍ପତି ସମସ୍ତ ରାଜନୈତିକ ଦଳର ମାତ୍ର ୩୦ ପ୍ରତିଶତ ସଦସ୍ୟଙ୍କୁ ବୈଠକରେ ଯୋଗ ଦେବାପାଇଁ ପରାମର୍ଶ ଦେଇଥିଲେ। ହଲ୍‌କୁ ଯିବା ପୂର୍ବରୁ ସଦସ୍ୟମାନେ ମାସ୍କ ପରିଧାନ କରିବା ସହିତ ହାତକୁ ଭଲଭାବେ ସାନିଟାଇଜ୍‌ କରିଥିଲେ। ସଦସ୍ୟମାନେ ପରସ୍ପର ଠାରୁ ୧ ମିଟର ଦୂରତାରେ ବସିଥିଲେ। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧ ଲକ୍ଷ ୫୫ ହଜାର ୯୬୩ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍‌ ବିଧାନସଭାର ଅନୁମୋଦନ ଲାଭ କରିଥିଲା। ଏଥିସହିତ ୩୮ ବିଭାଗର ଖର୍ଚ୍ଚ ଦାବିକୁ ମଧ୍ୟ ଗିଲୋଟିନ୍‌ ମାଧ୍ୟମରେ ପାରିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri