ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି

ରାଜନଗର,୭।୧(ଡି.ଏନ.ଏ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତବର୍ଷ ୧ ଲକ୍ଷ ୧୮,୩୨୬ଟି ପକ୍ଷୀ ଆସିଥିବାବେଳେ ଗତବର୍ଷ ୧ ଲକ୍ଷ ୯୦୫୯ଟି ପକ୍ଷୀ ଆସିଥିଲେ। ସେହିପରି ଗତଥର ୭୪ ପ୍ରକାର ପକ୍ଷୀ ଆସିଥିବାବେଳେ ଏଥର ୧୦୫ ପ୍ରକାରର ପକ୍ଷୀ ଭିତରକନିକା ଆସିଛନ୍ତି। ରାଜନଗର ବନ୍ୟପ୍ରାଣୀ ଡିଭିଜନ୍‌ ପକ୍ଷରୁ ୧୬ଟି ଟିମ୍‌ ୫ଟି ରେଞ୍ଜରେ ରାଜନଗର, ଗହିରମଥା, କନିକା, କୁଜଙ୍ଗ, ମହାକାଳପଡାରେ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଟିମ୍‌ର ନେତୃତ୍ୱ ନେଉଥିଲେ ଭାରତର ବିଶିଷ୍ଟ ପକ୍ଷୀ ବିଶାରଦ ଡା ଏସ୍‌. ବାଲଚନ୍ଦ୍ରନ। ଚଳିତବର୍ଷ କମନ ପୋଚାର୍ଟ ନାମକ ନୂତନ ୧୧ଟି ପକ୍ଷୀ ଏଥର ଭିତକନିକାକୁ ଆସି ଏହାର ଶୋଭାକୁ ଦ୍ୱିଗୁଣିତ କରିଛନ୍ତି ବୋଲି ରାଜନଗର ଡିଏଫଓ ବିକାଶ ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ହୋଇଥିବାରୁ ପକ୍ଷୀ ବିଶାରଦ, ପରିବେଶବିତ୍‌ ଓ ପ୍ରକୃତିପ୍ରେମୀଙ୍କ ମଧ୍ୟରେ ଆନନ୍ଦପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri