ଭିତରକୁ ଯାଉଛି ବାହାର ଖାଦ୍ୟ

ଅନୁଗୋଳ ଅଫିସ, ୮।୫ – ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ଅନୁଗୋଳ ଜେଲରେ କଡ଼ାକଡ଼ି ପାଳନ କରାଯାଉ ନ ଥିବା ଅଭିଯୋଗ ହେଉଛି। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତାର ସୁଯୋଗ ନେଇ କିଛିଦିନ ହେଲା ହଠାତ୍‌ ଜେଲ୍‌ ପରିସରରେ ସମସ୍ତ ନୀତି ନିୟମ ଯେପରି କୋହଳ ହୋଇଯାଇଥିବା ଚର୍ଚ୍ଚା ହେଉଛି। ଫଳରେ ଅନୁଗୋଳ କାରାଗାର ସମ୍ମୁଖରେ ଗହଳି ବଢ଼ୁଥିବା ବେଳେ ବାହାର ଖାଦ୍ୟ ମଧ୍ୟ ଭିତରକୁ ଯାଉଥିବା ଦେଖାଯାଉଛି। ଅନୁଗୋଳର ଜଣେ ମଦ ବ୍ୟବସାୟୀଙ୍କୁ ପୋଲିସ ଗିରଫ କରି ଜେଲ୍‌ ପଠାଇବା ପରେ କଟକଣା ଏପରି ଢିଲା ପଡ଼ିଯାଇଥିବା କୁହାଯାଉଛି।
ରାଜ୍ୟ ଜେଲ୍‌ ବିଭାଗ ନିର୍ଦ୍ଦେଶକ ଲଗାଇଥିବା କଟକଣା ଅନୁଯାୟୀ, ଜେଲ ପରିସରକୁ ବାହାର ଖାଦ୍ୟ ଓ ବାହାର ଲୋକଙ୍କ ଯିବାକୁ ବାରଣ କରାଯାଇଛି। ଏପରିକି କଏଦୀଙ୍କ ସହ ସିଧାସଳଖ କାହାର ସାକ୍ଷାତକୁ ମଧ୍ୟ ଅନୁମତି ନ ଦେବାକୁ କୁହାଯାଇଛି। ଆବଶ୍ୟକ ପଡ଼ିଲେ କେବଳ ଭିଡିଓ କନଫରେନ୍ସିଂ ଜରିଆରେ ପରିବାର ଲୋକଙ୍କୁ କଥା ହେବାର ସୁଯୋଗ ଦେବାକୁ ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜେଲ କର୍ତ୍ତୃପକ୍ଷ ଉକ୍ତ ନିର୍ଦ୍ଦେଶନାମାକୁ ଠିକ୍‌ ଭାବେ ପାଳନ କରୁ ନ ଥିବା ବାରମ୍ବାର ଅଭିଯୋଗ ହେଉଛି। ସମ୍ପୃକ୍ତ ମଦ ବ୍ୟବସାୟୀ ଜେଲ୍‌ରେ ରହିବା ପରଠାରୁ ଅନେକ ସମୟରେ ପରିସର ମଧ୍ୟରେ ଗହଳି ହେଉଛି। ଏହାର ସୁଯୋଗ ନେଇ ଅନ୍ୟ କଏଦୀଙ୍କ ସମ୍ପର୍କୀୟମାନେ ଦୂର ଦୂରାନ୍ତାରୁ ଆସି ଜମା ହେଉଛନ୍ତି। ସେମାନେ ଆଣୁଥିବା ଖାଦ୍ୟକୁ ଜେଲ କର୍ମଚାରୀମାନେ ମଧ୍ୟ ଭିତରକୁ ବୋହି ନେଉଛନ୍ତି। ଏହା ନିତିଦିନିଆ ଘଟଣାରେ ପରିଣତ ହୋଇଯାଇଥିଲେ ବି ଜେଲ କର୍ତ୍ତୃପକ୍ଷଙ୍କୁ କୌଣସି ଫରକ ପଡ଼ୁ ନ ଥିବା ଆଲୋଚନା ହେଉଛି। ଏ ନେଇ ଜେଲ ସୁପରିଣ୍ଟେଣ୍ଡେଣ୍ଟ ସୁଚିତ୍ରା ଦାସଙ୍କ ମୋବାଇଲ ନଂ. ୯୪୩୯୨୨୧୪୮୧କୁ ବାରମ୍ବାର ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ସହ ସମ୍ପର୍କ ହୋଇପାରି ନ ଥିବାରୁ ପ୍ରତିକ୍ରିୟା ମିଳିପାରି ନାହିଁ। ତେବେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି, ହେଉଥିବା ଅଭିଯୋଗର ଅନୁଧ୍ୟାନ କରାଯିବ।

(ଅମିତ କୁମାର ସାମଲ)


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri