ଭିତରକୁ ଯାଉଛି ବାହାର ଖାଦ୍ୟ

ଅନୁଗୋଳ ଅଫିସ, ୮।୫ – ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ଅନୁଗୋଳ ଜେଲରେ କଡ଼ାକଡ଼ି ପାଳନ କରାଯାଉ ନ ଥିବା ଅଭିଯୋଗ ହେଉଛି। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତାର ସୁଯୋଗ ନେଇ କିଛିଦିନ ହେଲା ହଠାତ୍‌ ଜେଲ୍‌ ପରିସରରେ ସମସ୍ତ ନୀତି ନିୟମ ଯେପରି କୋହଳ ହୋଇଯାଇଥିବା ଚର୍ଚ୍ଚା ହେଉଛି। ଫଳରେ ଅନୁଗୋଳ କାରାଗାର ସମ୍ମୁଖରେ ଗହଳି ବଢ଼ୁଥିବା ବେଳେ ବାହାର ଖାଦ୍ୟ ମଧ୍ୟ ଭିତରକୁ ଯାଉଥିବା ଦେଖାଯାଉଛି। ଅନୁଗୋଳର ଜଣେ ମଦ ବ୍ୟବସାୟୀଙ୍କୁ ପୋଲିସ ଗିରଫ କରି ଜେଲ୍‌ ପଠାଇବା ପରେ କଟକଣା ଏପରି ଢିଲା ପଡ଼ିଯାଇଥିବା କୁହାଯାଉଛି।
ରାଜ୍ୟ ଜେଲ୍‌ ବିଭାଗ ନିର୍ଦ୍ଦେଶକ ଲଗାଇଥିବା କଟକଣା ଅନୁଯାୟୀ, ଜେଲ ପରିସରକୁ ବାହାର ଖାଦ୍ୟ ଓ ବାହାର ଲୋକଙ୍କ ଯିବାକୁ ବାରଣ କରାଯାଇଛି। ଏପରିକି କଏଦୀଙ୍କ ସହ ସିଧାସଳଖ କାହାର ସାକ୍ଷାତକୁ ମଧ୍ୟ ଅନୁମତି ନ ଦେବାକୁ କୁହାଯାଇଛି। ଆବଶ୍ୟକ ପଡ଼ିଲେ କେବଳ ଭିଡିଓ କନଫରେନ୍ସିଂ ଜରିଆରେ ପରିବାର ଲୋକଙ୍କୁ କଥା ହେବାର ସୁଯୋଗ ଦେବାକୁ ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜେଲ କର୍ତ୍ତୃପକ୍ଷ ଉକ୍ତ ନିର୍ଦ୍ଦେଶନାମାକୁ ଠିକ୍‌ ଭାବେ ପାଳନ କରୁ ନ ଥିବା ବାରମ୍ବାର ଅଭିଯୋଗ ହେଉଛି। ସମ୍ପୃକ୍ତ ମଦ ବ୍ୟବସାୟୀ ଜେଲ୍‌ରେ ରହିବା ପରଠାରୁ ଅନେକ ସମୟରେ ପରିସର ମଧ୍ୟରେ ଗହଳି ହେଉଛି। ଏହାର ସୁଯୋଗ ନେଇ ଅନ୍ୟ କଏଦୀଙ୍କ ସମ୍ପର୍କୀୟମାନେ ଦୂର ଦୂରାନ୍ତାରୁ ଆସି ଜମା ହେଉଛନ୍ତି। ସେମାନେ ଆଣୁଥିବା ଖାଦ୍ୟକୁ ଜେଲ କର୍ମଚାରୀମାନେ ମଧ୍ୟ ଭିତରକୁ ବୋହି ନେଉଛନ୍ତି। ଏହା ନିତିଦିନିଆ ଘଟଣାରେ ପରିଣତ ହୋଇଯାଇଥିଲେ ବି ଜେଲ କର୍ତ୍ତୃପକ୍ଷଙ୍କୁ କୌଣସି ଫରକ ପଡ଼ୁ ନ ଥିବା ଆଲୋଚନା ହେଉଛି। ଏ ନେଇ ଜେଲ ସୁପରିଣ୍ଟେଣ୍ଡେଣ୍ଟ ସୁଚିତ୍ରା ଦାସଙ୍କ ମୋବାଇଲ ନଂ. ୯୪୩୯୨୨୧୪୮୧କୁ ବାରମ୍ବାର ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ସହ ସମ୍ପର୍କ ହୋଇପାରି ନ ଥିବାରୁ ପ୍ରତିକ୍ରିୟା ମିଳିପାରି ନାହିଁ। ତେବେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି, ହେଉଥିବା ଅଭିଯୋଗର ଅନୁଧ୍ୟାନ କରାଯିବ।

(ଅମିତ କୁମାର ସାମଲ)


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri