ଭିତ୍ତିଭୂମି ଶେୟାର କରିପାରିବେ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୬।୧(ବ୍ୟୁରୋ):କେନ୍ଦ୍ର ସରକାର ଉଚ୍ଚ ଶିକ୍ଷାନୁଷ୍ଠାନରେ ଭିତ୍ତିଭୂମି ସୁଦୃଢ଼ ଉପରେ ଗୁରୁତ୍ୱ ଦେଉଥିବାବେଳେ ଦେଶର ଅଧିକାଂଶ ଉଚ୍ଚ ଶିକ୍ଷାନୁଷ୍ଠାନରେ ଏବେ ବି ଆବଶ୍ୟକ ଭିତ୍ତିଭୂମି ନାହିଁ। ଏହାକୁ ଦୃଷ୍ଟିରେ ରଖି ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଯେଉଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ଭିତ୍ତିଭୂମି ସୁବିଧା ରହିଛି, ସେମାନେ ଅନ୍ୟ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କୁ ତାହା ବ୍ୟବହାର କରିବାକୁ ଅନୁମତି ଦେଇପାରିବେ। ଏହାଦ୍ବାରା ୟୁଜି-ପିଜି ଛାତ୍ରୀଛାତ୍ରଙ୍କ ସହ ଗବେଷକମାନେ ଉପକୃତ ହେବେ। ଏ ନେଇ ୟୁଜିସି ସଚିବ ପ୍ରଫେସର ରାଜନୀଶ୍‌ ଜୈନ ସମସ୍ତ ବିଶ୍ବବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି। ଚିଠିରେ ଉଲ୍ଲେଖ ରହିଛି, ଗବେଷଣା ଏବଂ ଉନ୍ନୟନ କାର୍ଯ୍ୟରେ ଗୁଣାତ୍ମକ ଉନ୍ନତି ଆଣିବା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଭିତ୍ତିଭୂମି ଓ ସମ୍ବଳ ଉପରେ ୟୁଜିସି ଗୁରୁତ୍ୱ ଦେଉଛି। ତେବେ ଭିତ୍ତିଭୂମି ସୁବିଧାଗୁଡ଼ିକର ତଦାରଖ ପାଇଁ ନିରନ୍ତର ପାଣ୍ଠିର ଆବଶ୍ୟକତା ରହିଛି। ତେଣୁ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ଅନ୍ୟ ଶିକ୍ଷାନୁଷ୍ଠାନ ସହ ଭିତ୍ତିଭୂମି ଶେୟାର କରିବା ଦରକାର। କିଛି ଅର୍ଥ ବିନିୟମରେ ଉପଲବ୍ଧ ଥିବା ସମ୍ବଳଗୁଡ଼ିକର ସର୍ବୋତ୍ତମ ଉପଯୋଗ କରାଯାଇପାରିବ। ଏହି ଅତିରିକ୍ତ ଅର୍ଥ ଉଚ୍ଚ ଶିକ୍ଷାନୁଷ୍ଠାନକୁ ନିଜର ସମ୍ବଳଗୁଡ଼ିକୁ ଭଲ ରଖିବାରେ ସହାୟକ ହେବ। ଏଥିପାଇଁ ପାଠାଗାର, ପରୀକ୍ଷାଗାର, ଉପକରଣ ଭଳି ବିଭିନ୍ନ ସମ୍ବଳଗୁଡ଼ିକୁ ଖାଲି ସମୟରେ ଅନ୍ୟ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଓ ଗବେଷକଙ୍କ ବ୍ୟବହାର ଲାଗି ଅନୁମତି ଦେବାକୁ ୟୁଜିସି ପରାମର୍ଶ ଦେଇଛି। ଏନେଇ ୟୁଜିସି ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଏହାକୁ କାର୍ଯ୍ୟକାରୀ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri