Posted inଖେଳ

ଭିନେଶ ଫୋଗାଟଙ୍କୁ ପ୍ରଂଶସା କଲେ ପ୍ରଧାନମନ୍ତ୍ରୀ, କହିଲେ ରଚିଛ ଇତିହାସ

ନୂଆଦିଲ୍ଲୀ, ୧୬।୦୮: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାଗ ନେଇଥିବା ୧୧୭ ଭାରତୀୟ ଆଥଲେଟ୍‌ ଦଳ ସ଼୍ବଦେଶକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଚଳିତ ବର୍ଷ ଆୟୋଜିତ ଅଲିମ୍ପିକ୍ସରେ ଏକ ବଡ଼ ବିବାଦ ସାମ୍ନାକୁ ଆସିଥିଲା । ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କୁ ତାଙ୍କର ଗୋଲ୍ଡ ମେଡାଲ୍‌ ମ୍ୟାଚ୍‌ର କିଛି ସମୟ ପୂର୍ବରୁ ମାତ୍ର ୧୦୦ ଗ୍ରାମ୍‌ ଓଜନ ଅଧିକ କାରଣରୁ ଆଯୋଗ୍ୟ ଘୋଷଣା କରାଯାଇଥିଲା । ଯାହାକୁ ନେଇ ଭିନେଶଙ୍କ ସମେତ ଭାରତୀୟ ପ୍ରଶଂସକ ଦୁଃଖ ପ୍ରକାଶ କରିଥିଲେ ।

ଭିନେଶ ଏନେଇ ଇଣ୍ଟରନାସନାଲ୍‌ କାଉନ୍ସିଲ୍‌ ଅଫ୍‌ ଆର୍ବିଟ୍ରେସନ୍‌ ଫର୍‌ ସ୍ପୋଟର୍‌ସରେ ଏକ ଯାଚିକା ଦାଏର କରିଥିଲେ । ହେଲେ ତାଙ୍କ ଅପିଲ୍‌ ଖାରଜ ହୋଇଯାଇଥିଲା । ସ଼୍ବଦେଶ ଫେରିଥିବା ଆଥ୍‌ଲେଟ୍‌ମାନଙ୍କୁ ପ୍ରଧାନମନ୍ତ୍ରୀ ସାକ୍ଷାତ କରିଛନ୍ତି । ଏହି ସମୟରେ ସେ ଭିନେଶ ଫୋଗାଟଙ୍କୁ ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଆଥଲେଟଙ୍କୁ ଭେଟି ସେମାନଙ୍କ ଅଭିଜ୍ଞତା ବିଷୟରେ ପଚାରିଥିଲେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଭିନେଶ ଫୋଗାଟଙ୍କ ବିଷୟରେ କହିବା ସହିତ ସମସ୍ତଙ୍କ ସାମ୍ନାରେ ତାଙ୍କୁ ପ୍ରଶଂସା କରିଥିଲେ ଏବଂ କୁସ୍ତିରେ ଫାଇନାଲରେ ପ୍ରବେଶ କରିଥିବା ଭିନେଶ ପ୍ରଥମ ଭାରତୀୟ ମହିଳା ହୋଇଥିଲେ, ଯାହା ଆମ ପାଇଁ ଗର୍ବର ବିଷୟ ବୋଲି ସେ କହିଥିଲେ । ଯେତେବେଳେ ସ଼୍ବର୍ଣ୍ଣ ପଦକ ପାଇଁ ମ୍ୟାଚ୍‌ ପୂର୍ବରୁ ଭିିନେଶଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଥିଲା, ସେତେବେଳେ ପିଏମ ମୋଦି ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲେଖିଥିଲେ ଯେ ଭିନେଶ, ତୁମେ ସମଗ୍ର ଦେଶର ଗର୍ବ ଏବଂ ସମସ୍ତଙ୍କ ପାଇଁ ପ୍ରେରଣା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri