ଭିନ୍ନକ୍ଷମଙ୍କୁ ମିଳୁନି କାର୍ଯ୍ୟାଦେଶ, ଜିଲାପାଳଙ୍କ ଦ୍ୱାରସ୍ଥ

ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ କାନ୍ଥରେ ନାମ ଥାଇ ମଧ୍ୟ ହମାମିରାର ଭିନ୍ନକ୍ଷମ ହିତାଧିକାରୀ ଦୟାନିଧି ସାହୁଙ୍କୁ ଗୃହ କାର୍ଯ୍ୟାଦେଶ ପ୍ରଦାନ କରାଯାଉ ନ ଥିବା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦୟାନିଧି ଦର୍ଶାଇଛନ୍ତି ଯେ, କ୍ରମିକ ସଂଖ୍ୟା ୧୭ ଓ ଅଗ୍ରାଧିକାରୀ କ୍ରମିକ ସଂଖ୍ୟା ୮୪ରେ ଥିବା ସତ୍ତ୍ୱେ ତାଙ୍କୁ ଆବାସ ଯୋଜନାରୁ ବର୍ତ୍ତମାନ ସୁଦ୍ଧା ବଞ୍ଚତ୍ତ ହେବାକୁ ପଡ଼ିଛି। ତାଙ୍କ ତଳେ ଥିବା ଲୋକଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିବାବେଳେ ଏଥିପାଇଁ ତାଙ୍କୁ କେତେଜଣ କୁଜିନେତା ହାତଗୁଞ୍ଜା ମାଗୁଛନ୍ତି। ଏପରି କି ଟଙ୍କା ନ ଦେଲେ କାର୍ଯ୍ୟାଦେଶ ପ୍ରଦାନ କରାଯିବ ନାହିଁ ବୋଲି ଧମକ ଦେଉଥିବା ଦୟାନିଧି ଉଲ୍ଲେଖ କରିଛନ୍ତି। ଜିଲାପାଳ ତାଙ୍କ ଅଭିଯୋଗ ଗ୍ରହଣ କରିବା ସହ ବ୍ଲକ କାର୍ଯ୍ୟାଳୟରେ ଦେଖା କରିବା ପାଇଁ ପରାମର୍ଶ ଦେଇଥିବା ଦୟାନିଧି ପ୍ରକାଶ କରିଛନ୍ତି। ଏ ନେଇ ଅନୁଗୋଳ ବିଡିଓ ମାୟାଧର ବେହେରା କହିଛନ୍ତି, ଏପରି ହେବା କଥା ନୁହେଁ। କ’ଣ ହୋଇଛି ଅନୁଧ୍ୟାନ ପରେ ତାହା ଜଣାପଡ଼ିବ। ଅନୁସୂଚିତ ଜାତି ଓ ଜନଜାତି ହୋଇଥିଲେ ତୁରନ୍ତ ଗୃହ କାର୍ଯ୍ୟାଦେଶ ପ୍ରଦାନ କରାଯିବ। ଅନ୍ୟଜାତିର ହୋଇଥିଲେ ଅନୁଧ୍ୟାନ ପରେ ବିଚାର କରାଯିବ। ଚଳିତବର୍ଷ ଆବାସ ଯୋଜନାର ଟାର୍ଗେଟ ପୂରଣ ହୋଇଥିବାରୁ ଏବେ ମିଳିବା ସମ୍ଭବ ନୁହେଁ। ତଥାପି ଅଭିଯୋଗ ଉପରେ ଅନୁଧ୍ୟାନ କରାଯାଇ ପଦକ୍ଷେପ ନିଆଯିବ ବୋଲି ବିଡିଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri