ଭିନ୍ନକ୍ଷମ ଯୁବତୀଙ୍କୁୁ ବଳାତ୍କାର, ଅଭିଯୁକ୍ତ ଗିରଫ

କପ୍ତିପଦା,୪ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଶରତ ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାକତ୍ାର କରିବା ଅଭିଯୋଗରେ ଶନିବାର ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ବାବୁଲି ବଦ୍ରା ା ପଚରାଉଚୁରା ପରେ ସେ ଦୋଷ ସ୍ବୀକାର କରିଥିବା ପୋଲିସ କହିଛି। ଏଥିନେଇ ଥାନାରେ ଏକ ମାମଲା(ନଂ.୨୨/୧୯) ରୁଜୁ ହୋଇଥିଲା। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଉଦଳା ଉପଖଣ୍ଡ ପୋଲିସ ଅଧିକାରୀ ସ୍ବପ୍ନରଞ୍ଜନ ମହାପାତ୍ର ଶରତ ଥାନା ଯାଇ ତଦନ୍ତର ବିଭିନ୍ନ ଦିଗ ଉପରେ ଥାନାଧିକାରିଣୀ ରୀନା ବକ୍ସଲଙ୍କ ସହିତ ଆଲୋଚନା କରି ଫେରିଛନ୍ତି। ପୀଡିତାଙ୍କୁ ଡାକ୍ତରୀ ମାଇନା ପାଇଁ ପ୍ରଥମେ ଉଦଳା ଡାକ୍ତରଖାନା ଓ ପରେ ବାରିପଦା ଜିଲା ମୁଖ୍ୟ ଚିକିସତ୍ାଳୟକୁ ନିଆଯାଇଥିଲା। ପୀଡିତାଙ୍କ ପରିବାର ଲୋକେ ଅତି ଗରିବ ହୋଇଥିବା ସତ୍ତ୍ୱେ ନିଜ ଖର୍ଚ୍ଚରେ ୨୨୦୦ଟଙ୍କା ବୋଲେରୋ ଭଡା କରି ବାରିପଦା ଯାଇଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ା
ପୀଡିତା ଯୁବତୀ ଜଣକ ଚାଲି ପାରନ୍ତି ନାହିଁ କି ଠିକ୍‌ ଭାବେ ବସି ମଧ୍ୟ ପାରନ୍ତି ନାହିଁ ା ଗତ ୩୧ ତାରିଖ ସନ୍ଧ୍ୟା ୭ଟା ସମୟରେ ସେ ଘର ବାହାରେ ଏକ ଖଟରେ ଶୋଇଥିବା ବେଳେ ତାଙ୍କ ମାଆ ବାହାରକୁ ପାଣି ଆଣିବାକୁ ଯାଇଥିଲେ। ଏହି ସୁଯୋଗରେ ଅଭିଯୁକ୍ତ ବାବୁଲି ଯୁବତୀଙ୍କୁ ଏକୁଟିଆ ପାଇ ନିକଟସ୍ଥ ପଡ଼ିଆକୁ ଟେକି ନେଇ ବଳାକତ୍ାର କରିଥିଲେ। ପୀଡିତାଙ୍କ ମାଆ ଘରକୁ ଫେରି ଝିଅକୁ ନ ପାଇ ପଡୋଶୀଙ୍କ ସହିତ ଚାରିଆଡେ ଖୋଜାଖୋଜି କରିଥିଲେ। ପରେ ଘର ନିକଟସ୍ଥ ପଡ଼ିଆରୁ ପୀଡିତାଙ୍କୁ ଉଦ୍ଧାର କରି ଘରକୁ ଆଣିଥିଲେ। ଯୁବତୀଙ୍କ ପରିବାର ଲୋକେ ଗୁରୁବାର ଥାନାକୁ ଏତଲା ଦେବାକୁ ଯାଇଥିଲେ। ମାତ୍ର ପୋଲିସ ତାଙ୍କ କଥାକୁ ଗୁରୁତ୍ୱ ନ ଦେଇ ଶନିବାର ଆସ ବୋଲି କହିଥିଲା। ଶନିବାର ସେମାନେ ଥାନାକୁ ଯିବାରୁ ଥାନାଧିକାରିଣୀ ନାହାନ୍ତି ରବିବାର ଆସ ବୋଲି କହି ଫେରାଇ ଦିଆଯାଇଥିଲା। ତେବେ ଜଣେ ସମାଜିକ କର୍ମୀ ଘଟଣା ସମ୍ପର୍କରେ ଥାନାଧିକାରିଣୀଙ୍କୁ ଫୋନ କରି ଜଣାଇବାରୁ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri