ଭିନ୍ନକ୍ଷମ ଶିଶୁମାନଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ

ଅନୁଗୋଳ ଅଫିସ, ୪।୧୨- ଅନୁଗୋଳସ୍ଥିତ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଜିନ୍ଦଲ ନଗର ପରିସରରେ ଥିବା ଆଶା ଦି ହୋପ କେନ୍ଦ୍ର ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଡିଏସ୍‌ଏସ୍‌ଓ ନାରାୟଣ ମହାପାତ୍ର, ଅନିତା ମିତ୍ତଲ, ଅନିନ୍ଦିତା ବନ୍ଦୋପାଧ୍ୟାୟ, ଓପି ଜିନ୍ଦଲ ସ୍କୁଲ ଅଧ୍ୟକ୍ଷ ଅତନୁ ରଥ, ସିଏମ୍‌ଓ ଜେଏସ୍‌ପିଏଲ୍‌ ଓଏଚ୍‌ସି ଡାକ୍ତର କୃଷ୍ଣ ପ୍ରସାଦ ବେହେରା ଏବଂ ଜିଏମ୍‌ ସିଏସ୍‌ଆର୍‌ ପୁଷ୍ପା ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଦିବ୍ୟାଙ୍ଗମାନଙ୍କ ପାଇଁ ଆୟୋଜିତ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ ଶିଶୁମାନଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ କରାଯାଇଥିଲା। ଜେଏସ୍‌ପିଏଲ୍‌ ପ୍ଳାଣ୍ଟ ଓଡିଶା, ଛତିଶଗଡ ଏବଂ ଝାଡଖଣ୍ଡ ପ୍ରକଳ୍ପ ପାଶ୍ୱବର୍ତ୍ତୀ ଗ୍ରାମରେ ବସବାସ କରୁଥିବା ୫ ହଜାରରୁ ଊର୍ଦ୍ଧ୍ୱ ଦିବ୍ୟାଙ୍ଗ ଶିଶୁମାନେ ଆଶା ଦି ହୋପ କେନ୍ଦ୍ର ମାଧ୍ୟମରେ ଲାଭାନ୍ବିତ ହେବା ସହ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri