ଭିନ୍ନକ୍ଷମ ସଶକ୍ତୀକରଣକୁ ଗୁରୁତ୍ୱ: ପ୍ରତି ଜିଲାରେ ହେବ ସମନ୍ବିତ ପୁନର୍ବାସ କେନ୍ଦ୍ର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନାଗୁଡ଼ିକର ସଫଳ ରୂପାୟନ ନିମନ୍ତେ ରାଜ୍ୟ ସରକାର ଭିନ୍ନକ୍ଷମ ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି କ୍ରମରେ ପ୍ରତି ଜିଲାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ସମନ୍ବିତ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ନୂଆପଡ଼ା ଜିଲା ଗସ୍ତରେ ଯାଇ ବିଭାଗୀୟ କାର୍ଯ୍ୟକ୍ରମ ସମୀକ୍ଷା କରିବା ପରେ ମନ୍ତ୍ରୀ ପଣ୍ଡା ସୋମବାର ଲୋକସେବା ଭବନଠାରେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତ୍ୟେକ ଜିଲାରେ ଭିନ୍ନକ୍ଷମମାନଙ୍କୁ ପୁନର୍ବାସ ସାମଗ୍ରୀ ଯୋଗାଇଦେବା ପାଇଁ ଜିଲା ପୁନର୍ବାସ କେନ୍ଦ୍ର କାର୍ଯ୍ୟ କରୁଥିବାବେଳେ ଏଣିକି ପ୍ରତିଷ୍ଠିତ ହେବାକୁ ଥିବା ସମନ୍ବିତ ପୁନର୍ବାସ କେନ୍ଦ୍ରରେ ଜରାନିବାସ, ନିଶାନିବାରଣ କେନ୍ଦ୍ର, ଧନ୍ଦାମୂଳକ ବୈଷୟିକ ତାଲିମ ପ୍ରତିଷ୍ଠାନ ଏବଂ ମାନସିକ ଅନଗ୍ରସରମାନଙ୍କ ନିମନ୍ତେ ଆବାସ ନିର୍ମାଣ ସହିତ ଭିତ୍ତିଭୂମିକୁ ଦୃଢ଼ କରାଯିବ। ପ୍ରତି ଜରାନିବାସରେ ପ୍ରାୟ ୨୫୦ ବରିଷ୍ଠ ନାଗରିକଙ୍କ ନିମନ୍ତେ ପୁନର୍ବାସ ବ୍ୟବସ୍ଥା କରାଯିବ। ଏଥିନିମନ୍ତେ ପ୍ରତି ଜିଲାରେ ପ୍ରାୟ ୨୫ ଏକର ପରିମିତ ଜମିରେ ଏହି କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହୋଇଛି।
ଅନ୍ୟପକ୍ଷରେ ଭିନ୍ନକ୍ଷମମାନଙ୍କ ଚିହ୍ନଟ, ସେମାନଙ୍କ ପରୀକ୍ଷା ନିରୀକ୍ଷା ତଥା ସୁରକ୍ଷା ସାମଗ୍ରୀ ଯୋଗାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ‘କ୍ଷମତା ଏକ୍ସପ୍ରେସ୍‌’ ପରି ଭ୍ରାମ୍ୟମାଣ ଶିବିର ବିଭିନ୍ନ ଅଞ୍ଚଳ ବୁଲୁଛି। ଏହାର ସୁବିଧା ନେବା ନିମନ୍ତେ ମନ୍ତ୍ରୀ ପରାମର୍ଶ ଦେବାସହ ଭିନ୍ନକ୍ଷମ ସଶକ୍ତୀକରଣ ପାଇଁ ସରକାରୀ ସ୍ତରରେ ଉପଲବ୍ଧ ସୁବିଧାଗୁଡ଼ିକ ବାବଦରେ ଜନସଚେତନତା ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି। ବେସରକାରୀ ଏବଂ ସ୍ବେଚ୍ଛାସେବୀ ସଂଗଠନଗୁଡ଼ିକ ଏଥିରେ ସହଯୋଗ କରିବାକୁ ଆଗେଇ ଆସିବା ନିମନ୍ତେ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri