୨ରେ ନବଯୌବନ ଦର୍ଶନ : ଭିତରକାଠରୁ ସାହାଣମେଲା, ପରିମାଣିକ ଦର୍ଶନ

ପୁରୀ ଅଫିସ,୧ା୭ : ଆସନ୍ତା ୨ ତାରିଖରେ ନବଯୌବନ ଦର୍ଶନ। ଅଣସର ପରେ ପ୍ରଥମ କରି ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ। ଏହାପରେ ଜୁଲାଇ ୪ ତାରିଖରେ ଅନୁଷ୍ଠିତ ହେବ ରଥଯାତ୍ରା। ତେବେ ନବଯୌବନ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଥାଏ। ତେଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଛି ବୋଲି ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର କହିଛନ୍ତି। ରବିବାର ମୁଖ୍ୟ ପ୍ରଶାସକ ଗଣମାଧ୍ୟମକୁ କହିଛନ୍ତି ଯେ, ମହାପ୍ରଭୁଙ୍କ ରଥଯାତ୍ରା ଲାଗି ସମସ୍ତ ପ୍ରକାର ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି। ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଠିକ୍‌ ଭାବେ ଚାଲିଛି। ଠାକୁରଙ୍କ ନୀତିକାନ୍ତି ବି ନିର୍ଘଣ୍ଟ ସମୟରେ କରାଯାଉଛି। ୨ ତାରିଖରେ ନବଯୌବନ ଦର୍ଶନ। ଏହିଦିନ ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ପରିମାଣିକ ଦର୍ଶନ ଏବଂ ଅପରାହ୍ନ ସାଢେ ୩ଟାରୁ ସାଢେ ୪ଟା ମଧ୍ୟରେ ସର୍ବସାଧାରଣ ବା ସାହାଣମେଲା ଦର୍ଶନ ହେବ। ଗତବର୍ଷ ପରିମାଣିକ ଟିକେଟ ମୂଲ୍ୟ ୫୦ ଟଙ୍କା ରହିଥିଲା। ହେଲେ ଏଥର ପରିଚାଳନା କମିଟି ନିଷ୍ପତ୍ତି ପ୍ରକାରେ ୧୦୦ ଟଙ୍କା ରଖାଯାଇଛି। ପରିମାଣିକ ଟିକେଟଧାରୀ ଦକ୍ଷିଣ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ। ସେହିପରି ସାହାଣମେଲା ଦର୍ଶନ ପାଇଁ ଭକ୍ତମାନେ ସିଂହଦ୍ୱାର ଦେଇ ପ୍ରବେଶ କରି ଅନ୍ୟ ତିନିଦ୍ୱାର ଦେଇ ବାହାରିବେ। ସାହାଣମେଲା ଦର୍ଶନ ମାତ୍ର ଘଣ୍ଟାଏ ରହିଥିବାରୁ ବହୁ ଭକ୍ତ ଦର୍ଶନରୁ ବଞ୍ଚତ୍ତ ହୋଇପାରନ୍ତି ପ୍ରଶ୍ନରେ ମୁଖ୍ୟ ପ୍ରଶାସକ କହିଥିଲେ ଯେ, ସେଦିନ ସ୍ଥିତି ଦେଖି ଯଦି ହୁଏ ସମୟ ବୃଦ୍ଧି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri