ଭିଭିଏସ୍‌ ଲକ୍ଷ୍ମଣଙ୍କ ଟୁଇଟ୍‌ରେ ଭୁବନେଶ୍ୱରର କମଳଲୋଚନଙ୍କ କଥା: ଜରି ଗୋଟାଳି ସତ୍ତ୍ୱେ ବୁଲା କୁକୁରଙ୍କ ପେଟ ପୋଷୁଥିବାରୁ କଲେ ପ୍ରଶଂସା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀରେ ବୁଲା କୁକୁରଙ୍କୁ ଖାଇବାକୁ ଦେଇ ଚର୍ଚ୍ଚାକୁ ଆସିଛନ୍ତି କମଳଲୋଚନ ବଳିୟାରସିଂ। ଭାରତର ପୂର୍ବତନ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଗୁରୁବାର କମଳଙ୍କୁ ନେଇ ଏକ ଟୁଇଟ୍‌ କରିଛନ୍ତି।
କମଳ ହେଉଛନ୍ତି ଜଣେ ଜରି ଗୋଟାଳି। ବିଭିନ୍ନ ସ୍ଥାନ ବୁଲି ପ୍ଲାଷ୍ଟିକ ଗୋଟାଇ ପେଟ ପୋଷିଥାନ୍ତି। ହେଲେ ନିଜକୁ ଖାଇବାକୁ ମିଳିବ କି ନା ଜାଣି ନ ଥିବା କମଳ କିନ୍ତୁ ଆଖପାଖରେ ରହୁଥିବା ବୁଲାକୁକୁରଙ୍କ ପାଇଁ ଖାଇବା ଯୋଗାଡ଼ କରିବାକୁ ଭୁଲନ୍ତି ନାହିଁ। ରାଜଧାନୀର ଚାକଚକ୍ୟ ଭିତରେ ହଜିଯାଉଥିବା ଏଭଳି ମାନବିକତାର ଉଦାହରଣକୁ ନେଇ ଭିଭିଏସ୍‌ଙ୍କ ଟୁଇଟ୍‌ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

 

ଟୁଇଟ୍‌ରେ ଭିଭିଏସ୍‌ ଲେଖିଛନ୍ତି, ଭୁବନେଶ୍ୱରର କମଳଲୋଚନ ବଳିଆରସିଂହ ପ୍ରତିଦିନ ବୁଲା କୁକୁରମାନଙ୍କୁ ଖାଇବା ଦେଇଥାନ୍ତି। ସେ ସାରା ଦିନ ଦାନାଟିଏ ପେଟକୁ ନେଇପାରୁ ନ ଥିଲେ ସୁଦ୍ଧା ତାଙ୍କ ଚାରିପାଖରେ ଥିବା କୁକୁରମାନଙ୍କୁ ପ୍ରତିଦିନ ସେ ଖାଇବାକୁ ଦେବାକୁ ଭୁଲନ୍ତି ନାହିଁ। ସେ ଜଣେ ଜରି ଗୋଟାଳି। ବିନା ଅନୁଦାନ ଏବଂ ଲାଳସାରେ ସେ ଏପରି କାର୍ଯ୍ୟ କରନ୍ତି ବୋଲି ଲକ୍ଷ୍ମଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri