ଭିମ୍‌ସାରରେ ଉନ୍ନୟନ ସଚିବ ସୁରେଶ ମହାପାତ୍ର:ରୋଗୀସେବା ବ୍ୟାହତ ନ କରିବାକୁ ପରାମର୍ଶ

ସମ୍ବଲପୁର,୨୭-୧୧ (ବ୍ୟୁରୋ):ସମ୍ବଲପୁର ବୁର୍ଲା ସ୍ଥିତ ଭିମ୍‌ସାରକୁ ମଙ୍ଗଳବାର ଉନ୍ନୟନ ସଚିବ ସୁରେଶ ମହାପାତ୍ର ଦିନିକିଆ ଗସ୍ତ କରି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଭିମ୍‌ସାର ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ସେ ସମୀକ୍ଷା କରିଛନ୍ତି। ନିରାମୟ କେନ୍ଦ୍ର ସଂଖ୍ୟା ବୃଦ୍ଧି କରିବା ସହିତ ଯେଉଁ ସବୁ ଔଷଧ କାଉଣ୍ଟରରେ ମହଜୁଦ ନ ଥିବ ବାହାରୁ କିଣି ରୋଗୀଙ୍କୁ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରୋଗୀସେବା ଯେଭଳି ପ୍ରଭାବିତ ନ ହେବ ସେ ଦିଗରେ ସମସ୍ତ ଡାକ୍ତର ଓ କର୍ମଚାରୀମାନେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି। ବହୁ ଦିନରୁ ଖାଲି ଥିବା ନେଫ୍ରୋଲୋଜି ବିଭାଗକୁ ଜଣେ ଡାକ୍ତରଙ୍କୁ ଡେପୁଟେସନ୍‌ରେ ଦିଆଯିବ ବୋଲି ସେ କହିଛନ୍ତି। ଭିମ୍‌ସାରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାମ ଶୀଘ୍ର ସାରିବାକୁ ସେ ଜିଲାପାଳ ଶୁଭମ୍‌ ସକସେନାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖାଲି ପଡିଥିବା ଡାକ୍ତର, ନର୍ସ, ଫାର୍ମାସିଷ୍ଟ, ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦଗୁଡିକ ପୂରଣ କରିବାକୁ କର୍ତ୍ତୃପକ୍ଷଙ୍କୁ କହିଥିଲେ। ଯଦି ଆବଶ୍ୟକ ପଡେ କର୍ତ୍ତୃପକ୍ଷ ବାହାରୁ ଅସ୍ଥାୟୀ ଭାବେ ଫାର୍ମାସିଷ୍ଟ ଓ ଅନ୍ୟ କର୍ମଚାରୀ ନିଯୁକ୍ତି ଦେଇପାରିବେ ବୋଲି ସଚିବ କହିଥିଲେ। ଏହି ଅବସରରେ କନିଷ୍ଠ ଡାକ୍ତର ସଂଘ (ଜେଡିୟୁ) ପକ୍ଷରୁ ବିଭିନ୍ନ ସମସ୍ୟା ଉପରେ ସଚିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଖୁବ୍‌ ଶୀଘ୍ର ଦାବିଗୁଡିକ ପୂରଣ କରାଯିବ ବୋଲି ସଚିବ କନିଷ୍ଠ ଡାକ୍ତର ସଂଘକୁ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ସଚିବ ମହାପାତ୍ର କହିଛନ୍ତି ଯେ, ବୁର୍ଲା ମେଡିକାଲରେ ଥିବା ସମସ୍ୟା ଗୁଡିକ ସମ୍ପର୍କରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରାଯାଇଛି। ଯଥା ସମ୍ଭବ ସବୁ ସମସ୍ୟାର ସମାଧାନ କରାଯିବ। ସ୍ଥାୟୀ ନିର୍ଦ୍ଦେଶକ ପଦ ପାଇଁ ମଧ୍ୟ ବିଜ୍ଞାପନ ପ୍ରକାଶ ପାଇଛି। ହେଲେ ସେ ପର୍ଯ୍ୟନ୍ତ ଅସ୍ଥାୟୀ ଭାବେ ଜଣେ ଡାକ୍ତରଙ୍କୁ ନିର୍ଦ୍ଦେଶକ ପଦ ସମ୍ଭାଳିବାକୁ ଦାୟିତ୍ୱ ଦିଆଯାଇଛି ବୋଲି ସଚିବ ମହାପାତ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri