Posted inରାଜ୍ୟ

ଭିସୁଟ୍‌ରେ ଛାତ୍ରଙ୍କୁ ର଼୍ୟାଗିଂ ମାମଲା:୩୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୯(ବ୍ୟୁରୋ): ସମ୍ବଲପୁରର ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ଛାତ୍ରଙ୍କୁ ର଼୍ୟାଗିଂ ମାମଲାକୁ ନେଇ ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ କରିଥିଲେ। ଶନିବାର କମିଶନ ଏହି ମାମଲାର ଶୁଣାଣି କରି ସମ୍ବଲପୁର ଆର୍‌ଡିସିପି, ଏସ୍‌ପି ଓ ଭିସୁଟ୍‌ କୁଳପତିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ୩୦ ଦିନ ମଧ୍ୟରେ ତଦନ୍ତ କରି କ’ଣ କାର୍ଯ୍ୟାକୁଷ୍ଠାନ ନିଆଯାଇଛି ସେ ସଂକ୍ରାନ୍ତରେ ରିପୋର୍ଟ ଦେବାକୁ ଓଏଚ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।

ଗତ ୨୨ ତାରିଖରେ କଲେଜର ସିନିୟର ଛାତ୍ରମାନେ ପ୍ରାୟ ୪୦ରୁ ୫୦ଜଣ ଜୁନିୟର ଛାତ୍ରଙ୍କୁ ର଼୍ୟାଗିଂ କରୁଥିବାର ଭିଡିଓ ଭାଇରାଲ ହୋଇଥିଲା। ସିନିୟର ଛାତ୍ରମାନେ ଜୁନିୟର ଛାତ୍ରଙ୍କ ଶାର୍ଟ ଚିରି କାନ ଧରି ଉଠବସ୍‌ କରାଉଥିଲେ। ଅନ୍ତଃବସ୍ତ୍ର ପିନ୍ଧି ଏକସଙ୍ଗେ ନାଚିବାକୁ କୁହାଯାଉଥିଲା। ଏହାକୁ ଜୁନିୟର ଛାତ୍ର ବିରୋଧ କରିବାକୁ ସିନିୟର ଛାତ୍ର ମାଡ଼ ମାରୁଥିଲେ। ଏପରିକି କଲେଜ ଶିଡିରେ ବିପଦପୂର୍ଣ୍ଣ ଅବସ୍ଥାରେ ଦୌଡିବାକୁ ନିର୍ଦ୍ଦେଶ ଦିଆଯାଉଥିଲା। କିଛି ସିନିୟର ଛାତ୍ର ବାଡିରେ ଜୁନିୟରଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟୁଥିଲେ। ଭୟରେ ଛାତ୍ରମାନେ ସିନିୟରଙ୍କ ନିର୍ଦ୍ଦେଶକୁ ମାନି ନେଉଥିବା ଦୃଶ୍ୟ ଉକ୍ତ ଭିଡିଓରେ ଦେଖିବାକୁ ମିଳିଥିଲା। ଏହି ଘଟଣା ପଦାକୁ ଆସିବା ପରେ ବିଶ୍ୱବିଦ୍ୟାଳୟ କୁଳପତି ତୁରନ୍ତ ଏକ ଜରୁରୀ ବୈଠକ ଡକାଇଥିଲେ। ତଦନ୍ତ ପରେ ୧୦ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ସେମାନଙ୍କୁ ଗୋଟିଏ ବର୍ଷ ପାଇଁ ପରୀକ୍ଷାରୁ ବଞ୍ଚତ୍ତ କରିଥିଲେ। ଏହାସହ ୫୨ ଜଣ ଛାତ୍ରଙ୍କୁ ୨ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri