Posted inଜାତୀୟ

ଭି.ଏଚ୍‌. କାଗେରି ହେବେ କର୍ନାଟକ ବାଚସ୍ପତି

ବେଙ୍ଗାଲୁରୁ, ୩୧ା୭(ପି.ଟି.): କର୍ନାଟକର ପରବର୍ତ୍ତୀ ବାଚସ୍ପତି ହେବେ ଭାଜପା ବିଧାୟକ ବିଶ୍ୱେଶ୍ୱର ହେଗ୍‌ଡ଼େ କାଗେରି। ଏହି ପଦ ଲାଗି ସେ ଏକମାତ୍ର ପ୍ରାର୍ଥୀଭାବେ ନାମାଙ୍କନପତ୍ର ଦାଖଲ କରିଥିବାରୁ ବାଚସ୍ପତି ହେବା ନିଶ୍ଚିତ। ମଙ୍ଗଳବାର ଏଥିଲାଗି ନାମାଙ୍କନପତ୍ର ଦାଖଲ କରିବାର ଶେଷ ସମୟ ଥିଲା। ସମୟ ଅତିକ୍ରାନ୍ତ କରିଯିବା ପରେ କାଗେରି ପରବର୍ତ୍ତୀ ବାଚସ୍ପତି ହେବା ନିଶ୍ଚିତ ହୋଇଛି। କେ.ଆର୍‌. ରମେଶ ସୋମବାର ନିଜ ପଦରୁ ଇସ୍ତଫା ଦେବା ପରେ ଏହି ପଦ ଖାଲି ପଡ଼ିଥିଲା।
ସଚିବ ଏମ୍‌. କେ. ବିଶାଲାଖିଙ୍କ ନିକଟରେ ୬ ଥରର ବିଧାୟକ କାଗେରି ନାମାଙ୍କନପତ୍ର ଦାଖଲ କରିବାବେଳେ ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କ ସମେତ ଦଳର ବରିଷ୍ଠ ନେତା ଗୋବିନ୍ଦ କର୍ଜୋଲ, ଆର୍‌. ଅଶୋକ, ଜଗଦୀଶ ସେତ୍ତାର, କେ.ଏସ୍‌. ଇଶ୍ୱରପ୍ପା, ଏସ୍‌. ସୁରେଶ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ସଂଘ ପରିବାରର ଛାତ୍ର ଶାଖା ଏବିଭିପି ସଦସ୍ୟ ହେବା ପରେ କାଗେରି ରାଜନୀତି ଚିଡ଼ି ଚଢିଥିଲେ ଓ ଏଥିରେ ସଫଳ ମଧ୍ୟ ହୋଇଥିଲେ। ୧୯୯୪ରୁ କର୍ନାଟକର ଆଙ୍କୋଲା ଆସନରୁ ସେ ବିଜୟୀ ହୋଇଆସୁଥିଲେ। ଭାଜପା ପାଖରେ ସଂଖ୍ୟାଗରିଷ୍ଠତା ଥିବାରୁ କଂଗ୍ରେସ ଓ ଜେଡିଏସ୍‌ ଏଥିଲାଗି ପ୍ରାର୍ଥୀ ଦେଇ ନ ଥିବା ପ୍ରକାଶ କରିଛନ୍ତି। ବୁଧବାର ବିଧାନସଭା ଅଧିବେଶନ ଆରମ୍ଭ ହେବା ପରେ କାଗେରି ବାଚସ୍ପତି ହେବା ସମ୍ପର୍କରେ ଘୋଷଣା କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri