ଭୀମକୁଣ୍ଡ ମକର ମେଳାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଠାକୁରମୁଣ୍ଡା,୧୬ା୧(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଠାକୁରମୁଣ୍ଡା ବ୍ଲକ ଅଧୀନ ଭୀମକୁଣ୍ଡରେ ମକର ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ। ଏଥି ସହିତ ଭୀମକୁଣ୍ଡ ମହୋତ୍ସବ କମିଟି ଓ କୁଣ୍ଡେଶର ବନସୁରକ୍ଷା କମିଟି ସହଯୋଗରେ ସେଠାରେ ୧୬ତମ ଭୀମକୁଣ୍ଡ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ମହୋତ୍ସବ କମିଟିର ସଭାପତି ତଥା କରଞ୍ଜିଆ ଉପଜିଲାପାଳ ଦୁଃଖବନ୍ଧୁ ନାୟକଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ ଯୋଗଦେଇ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବିକାଶ ଦିଗରେ ପଦକ୍ଷେପ ଗ୍ରହଣ କରାଯାଉଥିବା କହିଥିଲେ। ମୁଖ୍ୟ ବକ୍ତା ଭାବେ କାଦଡ଼ିହା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଭାଗବତ ଲେଙ୍କା ଯୋଗଦେଇ ଭୀମକୁଣ୍ଡର ଐତିହ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ସମ୍ମାନନୀୟ ଅତିଥି ଭାବେ ଠାକୁରମୁଣ୍ଡା ତହସିଲଦାର ପ୍ରଦ୍ୟୁମ୍ନ କୁମାର ନାୟକ, ଠାକୁରମୁଣ୍ଡା ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା, ସହକାରୀ ବନ ସଂରକ୍ଷକ ଡ.ମିହିର ରଞ୍ଜନ ପଟ୍ଟନାୟକ, ସମାଜସେବୀ ବସନ୍ତ କୁମାର ପାଇବର୍ତ୍ତୀ ଯୋଗ ଦେଇଥିଲେ। ଶରତ ତ୍ରିପାଠୀ ମଞ୍ଚ ପରିଚାଳନା କରିଥିବା ବେଳେ ହାର୍ଦ୍ଦିକ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri