ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କୋକସରା,୨୧।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ପରିସରଠାରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ କୋକସରା ବ୍ଲକ ଅଧ୍ୟକ୍ଷା ସବ୍ୟାରାଣୀ ବାଗ, ବିଡିଓ ବସନ୍ତ କୁମାର ସେଠୀ, କୋକସରା ସମିତି ସଭ୍ୟ ତ୍ରିଭୁବନ ନାଏକ, ଟେମରା ସମିତି ସଭ୍ୟ ରାଜେନ୍ଦ୍ର ନାଏକ, ବ୍ଲକ ଭିନ୍ନକ୍ଷମ ସଂଘ ସଭାପତି ମାନ ପୁଞ୍ଜି ମିଳିତ ଭାବେ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ୨୨ଟି ପଞ୍ଚାୟତରୁ ଶତାଧିକ ଭିନ୍ନକ୍ଷମ ଶିଶୁ, ପୁରୁଷ, ମହିଳାମାନେ ଆସି ନାମ ପଞ୍ଜୀକରଣ କରିଥିଲେ। ଜିଲା ମୁଖ୍ୟ ଡାକ୍ତରଖାନାରୁ ଆସିଥିବା ବିଶେଷଜ୍ଞ ଡାକ୍ତରଙ୍କଠାରୁ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏହାସହ ଅନଲାଇନରେ ନାମ ପଞ୍ଜୀକରଣ କରି ପ୍ରମାଣପତ୍ର ଓ ଚିକିତ୍ସା ପାଇଁ ଆବେଦନ କରିଥିଲେ। ଏହି ଶିବିରରେ ମୋଟ ୨୧୨ ଜଣ ଭିନ୍ନକ୍ଷମ ପଞ୍ଜୀକରଣ କରିଥିବା ବେଳେ ୧୩୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର, ୫ ଜଣଙ୍କୁ ହ୍ବିଲ ଚେୟାର, ୩ ଜଣଙ୍କୁ ଟ୍ରାଇସାଇକେଲ ଓ ୩୩ ଜଣଙ୍କଠାରୁ ପେନସନ ପାଇଁ ଆବେଦନ ଫର୍ମ ଗ୍ରହଣ କରାଯାଇଥିଲା। ଭବାନୀପାଟଣାରୁ ଆସିଥିବା ବିଶେଷଜ୍ଞ ଡାକ୍ତର ଡ. ସୁନୀଲ କୁମାର ପାଢୀ, ଡ. ପ୍ରତାପ କୁମାର ପଟ୍ଟନାୟକ, ଡ. ପ୍ରଦ୍ୟୁମ୍ନ କୁମାର ପଣ୍ଡା, ଡ. ପ୍ରିୟଙ୍କା ଗାଭାଲି, ବାଦଲ କୁମାର ପଟ୍ଟନାୟକ, ରମେଶ କୁମାର ଜେନା, ନିବେଦିତା ସାହୁ, ଲକ୍ଷ୍ୟପତି ପୂଜାରୀ, ଅପୂର୍ବ ସତନାମୀ ପ୍ରମୁଖ ଶିବିରରେ ଭିନ୍ନକ୍ଷମମାନଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri