‘ଭୁଆଁ ବୁଲାଉଛି କେନ୍ଦ୍ର’

ନୂଆଦିଲ୍ଲୀ,୧୮ା୫(ପି.ଟି.): କରୋନା ଜନିତ ଲକ୍‌ଡାଉନ ଯୋଗୁ ଦୁର୍ବଳ ହୋଇପଡ଼ିଥିବା ଦେଶର ଅର୍ଥନୀତିକୁ ବଳ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ୍‌ ଘୋଷଣା କରିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କ୍ରମାଗତ ୫ ଦିନ ଧରି ଉକ୍ତ ପ୍ୟାକେଜ୍‌ର ଅବତାରଣା କରିଚାଲିନ୍ତି। ତେବେ ଆର୍ଥତ୍କ ପ୍ୟାକେଜ ନାମରେ କେନ୍ଦ୍ର ସରକାର ଜନସାଧାରଣଙ୍କୁ ଭୁଆଁ ବୁଲାଉଥିବା କଂଗ୍ରେସ ଦଳ ପକ୍ଷରୁ ଅଭିଯୋଗ ହୋଇଛି। ବାସ୍ତବରେ ସରକାର ୨୦ ଲକ୍ଷ କୋଟିର ପ୍ୟାକେଜ୍‌ ନୁହେଁ ୩.୨୨ ଲକ୍ଷ କୋଟି ଟଙ୍କାର ପ୍ୟାକେଜ୍‌ ଆଣିଥିବା କଂଗ୍ରେସର ବରିଷ୍ଠ ମୁଖପାତ୍ର ଆନନ୍ଦ ଶର୍ମା କହିଛନ୍ତି। ଏହି ପ୍ୟାକେଜ୍‌ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ୧.୬ ପ୍ରତିଶତ ବୋଲି ସେ ଉଲ୍ଲେଖ କରିଛନ୍ତି।
ଅର୍ଥନୀତିକୁ ପ୍ରୋତ୍ସାହନ ଦେବା ଓ ଲୋକଙ୍କୁ ଋଣ ଦେବା ମଧ୍ୟରେ ପାର୍ଥକ୍ୟ ରହିଛି। ଅର୍ଥନୀତିକୁ ପୁନର୍ବାର କ୍ରିୟାଶୀଳ କରିବାକୁ ହେଲେ ଗରିବ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ହାତକୁ ଟଙ୍କା ମିଳିବା ଦରକାର। ପ୍ରଧାନମନ୍ତ୍ରୀଙ୍କ ଘୋଷଣାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ ଅର୍ଥମନ୍ତ୍ରୀ ଏହା ଉପରେ ବିତର୍କର ସମ୍ମୁଖୀନ ହେବାକୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶର୍ମା ଆହ୍ବାନ ଦେଇଛନ୍ତି। ଅର୍ଥମନ୍ତ୍ରୀ ପ୍ରଶ୍ନ ନ ପଚାରି ପ୍ରଶ୍ନର ଉତ୍ତର ଦେବାକୁ ସେ କହିଛନ୍ତି। ସରକାରଙ୍କ ଭୁଲ୍‌ ପଦକ୍ଷେପ ପାଇଁ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ସରକାରଙ୍କର ଯୋଜନା ନ ଥିବାରୁ ସେମାନେ ଶହ ଶହ କିଲୋମିଟର ଚାଲି ଘରକୁ ଫେରିବାକୁ ବାଧ୍ୟ ହେଉଛନ୍ତି। ଏହା ଉପରେ ସରକାର ଉତ୍ତର ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି।
ଅନ୍ୟପକ୍ଷରେ ସରକାରଙ୍କ ଆର୍ଥତ୍କ ପ୍ୟାକେଜ ବିଭ୍ରାନ୍ତିକର ଏବଂ ସଂଖ୍ୟାର ଯାଦୁ ବୋଲି ବାମଦଳଗୁଡ଼ିକ ଅଭିଯୋଗ କରିଛନ୍ତି। ବଜେଟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌କୁ ୬୧,୦୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ଦାଦନ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ଅର୍ଥମନ୍ତ୍ରୀ ଆଉ ୪୦,୦୦୦ କୋଟି ଟଙ୍କା ଘୋଷଣା କରିଛନ୍ତି। ଏହାଦ୍ୱାରା ପ୍ରାୟ ୩୦୦ କୋଟି ବ୍ୟକ୍ତିଦିବସ ସୃଷ୍ଟି ହେବ ବୋଲି ସେ କହିଛନ୍ତି। ରାଜ୍ୟଗୁଡ଼ିକର ଋଣ କରିବା ସୀମା ୩ରୁ ୫ ପ୍ରତିଶତକୁ ବଢ଼ାଇବା ସହ ରାଜ୍ୟଗୁଡ଼ିକ ସେମାନଙ୍କ ଋଣ ଅଧିକାରର ମାତ୍ର ୧୪ ପ୍ରତିଶତ ଉପଯୋଗ କରିଛନ୍ତି ବୋଲି କହିବା ହାସ୍ୟାସ୍ପଦ ବୋଲି ସିପିଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ କହିଛନ୍ତି। କେନ୍ଦ୍ର ସରକାର ରାଜ୍ୟକୁ ପାଣ୍ଠି ହସ୍ତାନ୍ତର କରିଥାନ୍ତି। ଅଗ୍ରିମ ନେବା ପାଇଁ ରିଜର୍ଭ ବ୍ୟାଙ୍କ ରାଜ୍ୟଗୁଡ଼ିକୁ ଦେଉଥିବା ସୁବିଧାକୁ ମୋଦି ସରକାର ‘ରାଜ୍ୟକୁ ସହାୟତା’ ବୋଲି ଦାବି କରୁଥିବା ୟେଚୁରୀ ଟୁଇଟ୍‌ କରିଛନ୍ତି। ସରକାରଙ୍କର ୫ ଦିନର ସଂଖ୍ୟା ଯାଦୁ ଗରିବ ଓ ନିଃସହାୟଙ୍କ ସଙ୍କଟ ଦୂର କରିବାରେ ସହାୟକ ହେବନାହିଁ। ସେମାନଙ୍କ ସମସ୍ୟା ପ୍ରତି ସରକାର ଆଖିବୁଜି ଦେଇଥିବା ସିପିଏମ୍‌ ନେତା କହିଛନ୍ତି। ଅର୍ଥନୀତିକୁ ବିକ୍ରି କରି ଅର୍ଥମନ୍ତ୍ରୀ ଆତ୍ମନିର୍ଭରତାର ପ୍ରଚାର କରିବାକୁ ଚେଷ୍ଟା କରୁଛନ୍ତି ବୋଲି ସିପିଆଇ ସାଧାରଣ ସମ୍ପାଦକ ଡି. ରାଜା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri