ଭୁବନରେ ଜଣ୍ଡିସ ଆତଙ୍କ

ଭୁବନ, ୨୭।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧୦ ଏବଂ ୧୧ନଂ. ଓ୍ବାର୍ଡରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ୧୨ରୁ ଊର୍ଦ୍ଧ୍ୱ ଶିଶୁ ଏବଂ ବୟସ୍କ ବ୍ୟକ୍ତି ଏଥିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଦୂଷିତ ପାଣି ପିଇ ଜଣ୍ଡିସ ବ୍ୟାପୁଥିବା ଆଶଙ୍କା କରାଯାଉଛି। ଅନ୍ୟପଟେ ଅଞ୍ଚଳର ବୁଦ୍ଧିଜୀବୀଙ୍କଠାରୁ ଅଭିଯୋଗ ପାଇବା ପରେ ରବିବାର ଜିଲା ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ଅଲେଖ ଚନ୍ଦ୍ର ପରିଡ଼ା, କନିଷ୍ଠ ଯନ୍ତ୍ରୀ ସୋନାଲି ନାଏକଙ୍କ ସମେତ ଅନ୍ୟ ଅଧିକାରୀମାନେ ସରଜମିନ ତଦନ୍ତ କରିଛନ୍ତି। ରୋଗ ବ୍ୟାପୁଥିବାର କାରଣ ଜାଣିବାକୁ ପାଣି ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି।
ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଜିଲା ଚିକିତ୍ସାଳୟରେ ଭିର୍ତ୍ତି ହୋଇଛନ୍ତି। ଅନ୍ୟମାନେ ଘରେ ରହି ଚିକିତ୍ସିତ ହେଉଛନ୍ତି। ରୋଗୀ ସମ୍ପର୍କୀୟଙ୍କ କହିବା କଥା, ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଚିକିତ୍ସା ସୁବିଧା ମିଳୁନାହିଁ। ଡାକ୍ତରଖାନା ଉପରେ ଭରସା ପାଉନାହିଁ। ଅନ୍ୟ ବିକଳ୍ପ ନ ଥିବାରୁ ବାଧ୍ୟ ହୋଇ ନର୍ସିଂହୋମ, ବେସରକାରୀ ହସ୍ପିଟାଲ ଉପରେ ନିର୍ଭର କରିବାକୁ ପଡୁଛି। ଅଞ୍ଚଳରେ ରୋଗ କାୟା ବିସ୍ତାର କରୁଥିବାବେଳେ ଏହାର ପ୍ରତିକାର କରିବା ନେଇ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଦୃଷ୍ଟି ଦେବାକୁ ସେମାନେ ଦାବି କରିଛନ୍ତି।
ଏପଟେ ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବାକୁ ଭୁବନ ଡାକ୍ତରଖାନାକୁ ଯାଇଥିଲେ। ହେଲେ ରୋଗୀଙ୍କ ସମ୍ପର୍କରେ କୌଣସି ସୂଚନା ନ ପାଇ ସେମାନେ ନିରାଶ ହୋଇଛନ୍ତି। ଏ ନେଇ ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ କୁହନ୍ତି, କେବଳ ଦୂଷିତ ପାଣି ଜଣ୍ଡିସର କାରଣ ନୁହେଁ। ଏହାର ଅନ୍ୟ କାରଣ ମଧ୍ୟ ରହିଛି। ବିଭିନ୍ନ ଦିଗକୁ ନେଇ ତଦନ୍ତ କରାଯାଉଛି। ପାଣି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟରୁ ଜଣ୍ଡିସ ବ୍ୟାପିବାର କାରଣ ଜଣାପଡ଼ିବ ବୋଲି ସେ ସୂଚନା ଦେଇଛନ୍ତି।
ଏ ନେଇ ସିଡିଏମ୍‌ଓ ଡ. ନିରଞ୍ଜନ ମିଶ୍ର କୁହନ୍ତି, ଜଣ୍ଡିସ ବ୍ୟାପିବା ସମ୍ପର୍କରେ ତାଙ୍କ ନିକଟରେ କୌଣସି ସୂଚନା ନାହିଁ। ଏ ନେଇ ସେ ଭୁବନ ସ୍ବାସ୍ଥ୍ୟକେନ୍ଦ୍ରକୁ ରିପୋର୍ଟ ମାଗିବେ। ରିପୋର୍ଟ ଦାଖଲ ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

ପିଲାଙ୍କ ଧରିତ୍ରୀ

Why Dharitri