ଭୁବନରେ ଜଣ୍ଡିସ ଆତଙ୍କ

ଭୁବନ, ୨୭।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧୦ ଏବଂ ୧୧ନଂ. ଓ୍ବାର୍ଡରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ୧୨ରୁ ଊର୍ଦ୍ଧ୍ୱ ଶିଶୁ ଏବଂ ବୟସ୍କ ବ୍ୟକ୍ତି ଏଥିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଦୂଷିତ ପାଣି ପିଇ ଜଣ୍ଡିସ ବ୍ୟାପୁଥିବା ଆଶଙ୍କା କରାଯାଉଛି। ଅନ୍ୟପଟେ ଅଞ୍ଚଳର ବୁଦ୍ଧିଜୀବୀଙ୍କଠାରୁ ଅଭିଯୋଗ ପାଇବା ପରେ ରବିବାର ଜିଲା ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ଅଲେଖ ଚନ୍ଦ୍ର ପରିଡ଼ା, କନିଷ୍ଠ ଯନ୍ତ୍ରୀ ସୋନାଲି ନାଏକଙ୍କ ସମେତ ଅନ୍ୟ ଅଧିକାରୀମାନେ ସରଜମିନ ତଦନ୍ତ କରିଛନ୍ତି। ରୋଗ ବ୍ୟାପୁଥିବାର କାରଣ ଜାଣିବାକୁ ପାଣି ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି।
ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଜିଲା ଚିକିତ୍ସାଳୟରେ ଭିର୍ତ୍ତି ହୋଇଛନ୍ତି। ଅନ୍ୟମାନେ ଘରେ ରହି ଚିକିତ୍ସିତ ହେଉଛନ୍ତି। ରୋଗୀ ସମ୍ପର୍କୀୟଙ୍କ କହିବା କଥା, ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଚିକିତ୍ସା ସୁବିଧା ମିଳୁନାହିଁ। ଡାକ୍ତରଖାନା ଉପରେ ଭରସା ପାଉନାହିଁ। ଅନ୍ୟ ବିକଳ୍ପ ନ ଥିବାରୁ ବାଧ୍ୟ ହୋଇ ନର୍ସିଂହୋମ, ବେସରକାରୀ ହସ୍ପିଟାଲ ଉପରେ ନିର୍ଭର କରିବାକୁ ପଡୁଛି। ଅଞ୍ଚଳରେ ରୋଗ କାୟା ବିସ୍ତାର କରୁଥିବାବେଳେ ଏହାର ପ୍ରତିକାର କରିବା ନେଇ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଦୃଷ୍ଟି ଦେବାକୁ ସେମାନେ ଦାବି କରିଛନ୍ତି।
ଏପଟେ ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବାକୁ ଭୁବନ ଡାକ୍ତରଖାନାକୁ ଯାଇଥିଲେ। ହେଲେ ରୋଗୀଙ୍କ ସମ୍ପର୍କରେ କୌଣସି ସୂଚନା ନ ପାଇ ସେମାନେ ନିରାଶ ହୋଇଛନ୍ତି। ଏ ନେଇ ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ କୁହନ୍ତି, କେବଳ ଦୂଷିତ ପାଣି ଜଣ୍ଡିସର କାରଣ ନୁହେଁ। ଏହାର ଅନ୍ୟ କାରଣ ମଧ୍ୟ ରହିଛି। ବିଭିନ୍ନ ଦିଗକୁ ନେଇ ତଦନ୍ତ କରାଯାଉଛି। ପାଣି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟରୁ ଜଣ୍ଡିସ ବ୍ୟାପିବାର କାରଣ ଜଣାପଡ଼ିବ ବୋଲି ସେ ସୂଚନା ଦେଇଛନ୍ତି।
ଏ ନେଇ ସିଡିଏମ୍‌ଓ ଡ. ନିରଞ୍ଜନ ମିଶ୍ର କୁହନ୍ତି, ଜଣ୍ଡିସ ବ୍ୟାପିବା ସମ୍ପର୍କରେ ତାଙ୍କ ନିକଟରେ କୌଣସି ସୂଚନା ନାହିଁ। ଏ ନେଇ ସେ ଭୁବନ ସ୍ବାସ୍ଥ୍ୟକେନ୍ଦ୍ରକୁ ରିପୋର୍ଟ ମାଗିବେ। ରିପୋର୍ଟ ଦାଖଲ ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri