ଭୁବନେଶ୍ବର, କଟକ ସମେତ ଭଦ୍ରକରେ ସଟ୍ ଡାଉନ କଡାକଡି, ରାସ୍ତାଘାଟ ଜନଶୂନ୍ୟ

ଭୁବନେଶ୍ବର, ୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ସରକାରଙ୍କ ପକ୍ଷରୁ ୩ ସହରକୁ ୪୮ ଘଣ୍ଟିଆ ସଟ୍ ଡାଉନ ଘୋଷଣା କରାଯାଇଛି । ଏହି କ୍ରମରେ ରାଜଧାନୀ ଭୁବନେଶ୍ଵର, କଟକ ଏବଂ ଭଦ୍ରକ ସହରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଅପରପକ୍ଷେ ଗୋଟିଏ ଦିନରେ ୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁଲିସ ପାଟ୍ରୋଲିଂ କୁ କଡାକଡି କରାଯାଇଛି । ଭୁବନେଶ୍ବରର ବିଭିନ୍ନ ଛକ ସ୍ଥାନରେ ଯାଂଚ କରା ଯାଉଛି । ଏହି କ୍ରମରେ ୫ ଜଣଙ୍କୁ ବାଧ୍ୟତାମୂଳକ କ୍ୱାରାନଟାଇନ ରେ ପଠାଯାଇଥିବା ସୂଚନା ମିଳିଛି । ସେହିପରି କଟକରେ ମଧ୍ୟ ସଟ୍ ଡାଉନ ପ୍ରଭାବ ସ୍ୱରୂପ ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଲୋକମାନେ ବାହାରକୁ ବାହାରୁ ନ ଥିବା ଦେଖିବାକୁ ମିଳିଛି । ଫଳରେ ରାସ୍ତା ଘାଟ ଜନଶୂନ୍ୟ ନଜର ଆସୁଛି । ତେବେ ଏହି କ୍ୱାରାନଟାଇନ ରବିବାର ରାତି ଆଠଟା ପଯ୍ୟନ୍ତ ଜାରି ରହିବ।

ପ୍ରକାଶ ଯେ, ଶୁକ୍ରବାର ଓଡିଶା ରେ କରୋନା ପଜିଟିଭଙ୍କ ସଂଖ୍ୟା ୨୦ ରେ ପହଁଞ୍ଚିଛି । ସେମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri