ଭୁବନେଶ୍ୱରରୁ ଜଗଦଲପୁର, ଜୁନାଗଡ଼କୁ ଚାଲିବ ପୃଥକ୍‌ ଟ୍ରେନ୍‌

ଭୁବନେଶ୍ୱର,୨୦।୮(ବ୍ୟୁରୋ):ଆଗକୁ ଭୁବନେଶ୍ୱରରୁ ଜୁନାଗଡ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ ଟ୍ରେନ୍‌ ଚଳାଚଳ କରିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ କରିଥିବା ଅନୁରୋଧକୁ ରକ୍ଷା କରି ସେ ଏହାକୁ ସ୍ବୀକୃତି ଦେଇଛନ୍ତି। ରେଳମନ୍ତ୍ରୀଙ୍କ ସ୍ବୀକୃତି ମିଳିବାପରେ ଧର୍ମେନ୍ଦ୍ର ସାମାଜିକ ଗଣମାଧ୍ୟମ ଜରିଆରେ ଧନ୍ୟବାଦ ଜଣାଇଛନ୍ତି। ଏହାସହ ଧର୍ମେନ୍ଦ୍ର କହିଛନ୍ତି ଯେ, ଏହି ବ୍ୟବସ୍ଥା ଦ୍ୱାରା ରେଳଯାତ୍ରୀଙ୍କୁ ସୁବିଧା ମିଳିପାରିବ। ଟ୍ରେନ୍‌ ନମ୍ବର ୧୮୪୩୭/୧୮୪୩୮ ଭୁବନେଶ୍ୱର-ଜୁନାଗଡ ରୋଡ୍‌ ଏକ୍ସପ୍ରେସ ଭୁବନେଶ୍ୱର ଓ ଜୁନାଗଡ ମଧ୍ୟରେ ଏବଂ ଟ୍ରେନ୍‌ ନମ୍ବର ୧୮୪୪୭/୧୮୪୪୮ ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସ୍‌ ଭୁବନେଶ୍ୱର ଜଗଦଲପୁର ମଧ୍ୟରେ ପୃଥକଭାବେ ଚଳାଚଳ କରିବ। ଏନେଇ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ବୋଲି ରେଳମନ୍ତ୍ରୀ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏହାଦ୍ୱାରା ଯାତ୍ରୀମାନେ ବିଶେଷ ଲାଭ ପାଇପାରିବେ ବୋଲି ଗୋୟଲ ଆଶାବ୍ୟକ୍ତ କରିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ଧର୍ମେନ୍ଦ୍ର ଜୁଲାଇ ୧୮ରେ ରେଳମନ୍ତ୍ରୀଙ୍କୁ ଚିଠି ଲେଖି ଭୁବନେଶ୍ୱର-ଜଗଦଲପୁର ଏବଂ ଭୁବନେଶ୍ୱର-ଜୁନାଗଡକୁ ଦୁଇଟି ପୃଥକ ଟ୍ରେନ୍‌ ଚଳାଚଳ କରିବା ଲାଗି ଅନୁରୋଧ କରିଥିଲେ। ଏହାସହ ଏହି ଦୁଇଟି ଟ୍ରେନ୍‌ ଚଳାଚଳ ଲାଗି କଳାହାଣ୍ଡି ଜିଲାର ଭବାନୀପାଟଣା ଓ ଜୁନାଗଡ ଅଞ୍ଚଳର ଲୋକମାନେ ଦୀର୍ଘଦିନରୁ ଦାବି କରି ଆସୁଥିବା ଜଣାଇଥିଲେ। ବର୍ତ୍ତମାନ ଭୁବନେଶ୍ୱରରୁ ଯାଉଥିବା ଟ୍ରେନ୍‌ର ୧୦ଟି ବଗି ରାୟଗଡା ଷ୍ଟେସନରେ ଅଲଗା ହୋଇ ଜୁନାଗଡ ଅଭିମୁଖେ ଯାଉଛି। ଅବଶିଷ୍ଟ ୧୨ଟି ବଗି ଜଗଦଲପୁର ଅଭିମୁଖେ ଯାତ୍ରା କରୁଛି। ଫେରିବା ସମୟରେ ଉଭୟ ଜଗଦଲପୁର ଏବଂ ଜୁନାଗଡରୁ ଆସୁଥିବା ଭିନ୍ନଭିନ୍ନ ଟ୍ରେନ୍‌ ରାୟଗଡା ଷ୍ଟେଶନରେ ଗୋଟିଏ ଇଞ୍ଜିନରେ ଯୋଡି ହୋଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଛି। ଉପରୋକ୍ତ ବ୍ୟବସ୍ଥା ବିଶେଷଭାବେ କଳାହାଣ୍ଡି ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ଏଭଳି ଜଟିଳ ବ୍ୟବସ୍ଥା ସମ୍ପର୍କରେ ସଚେତନ ନ ଥିବା ଯାତ୍ରୀମାନେ ଅନେକ ସମୟରେ ଠିକ୍‌ ବଗିରେ ଚଢି ନ ପାରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଉପରୋକ୍ତ ପ୍ରସ୍ତାବକୁ ସ୍ବୀକୃତି ମିଳିଲେ ରାଜଧାନୀ-ଭୁବନେଶ୍ୱର ଓ କଳାହାଣ୍ଡି ମଧ୍ୟରେ ଯାତାୟାତ ଲାଗି ବ୍ୟବସ୍ଥା ହେବ। ଏହାଦ୍ୱାରା ଯାତ୍ରୀଙ୍କ ଆଗ୍ରହ ଅଧିକ ଥିବାରୁ ଟ୍ରେନ୍‌ରେ ଯାତ୍ରୀ ଭିଡ ଅଧିକ ରହିବ ଏବଂ ପୂର୍ଣ୍ଣ ଯାତ୍ରୀ କ୍ଷମତାରେ ଚଳାଚଳ କରିବ। ଏହାବ୍ୟତୀତ ଯାତ୍ରୀଙ୍କ ପାଇଁ ଅଧିକ ସଂଖ୍ୟକ ସଂରକ୍ଷିତ ବଗି ଉପଲବ୍ଧ ହୋଇପାରିବ ବୋଲି ଧର୍ମେନ୍ଦ୍ର ଚିଠିରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri