ଭୁବନେଶ୍ୱରରୁ ଜଗଦଲପୁର, ଜୁନାଗଡ଼କୁ ଚାଲିବ ପୃଥକ୍‌ ଟ୍ରେନ୍‌

ଭୁବନେଶ୍ୱର,୨୦।୮(ବ୍ୟୁରୋ):ଆଗକୁ ଭୁବନେଶ୍ୱରରୁ ଜୁନାଗଡ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ ଟ୍ରେନ୍‌ ଚଳାଚଳ କରିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ କରିଥିବା ଅନୁରୋଧକୁ ରକ୍ଷା କରି ସେ ଏହାକୁ ସ୍ବୀକୃତି ଦେଇଛନ୍ତି। ରେଳମନ୍ତ୍ରୀଙ୍କ ସ୍ବୀକୃତି ମିଳିବାପରେ ଧର୍ମେନ୍ଦ୍ର ସାମାଜିକ ଗଣମାଧ୍ୟମ ଜରିଆରେ ଧନ୍ୟବାଦ ଜଣାଇଛନ୍ତି। ଏହାସହ ଧର୍ମେନ୍ଦ୍ର କହିଛନ୍ତି ଯେ, ଏହି ବ୍ୟବସ୍ଥା ଦ୍ୱାରା ରେଳଯାତ୍ରୀଙ୍କୁ ସୁବିଧା ମିଳିପାରିବ। ଟ୍ରେନ୍‌ ନମ୍ବର ୧୮୪୩୭/୧୮୪୩୮ ଭୁବନେଶ୍ୱର-ଜୁନାଗଡ ରୋଡ୍‌ ଏକ୍ସପ୍ରେସ ଭୁବନେଶ୍ୱର ଓ ଜୁନାଗଡ ମଧ୍ୟରେ ଏବଂ ଟ୍ରେନ୍‌ ନମ୍ବର ୧୮୪୪୭/୧୮୪୪୮ ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସ୍‌ ଭୁବନେଶ୍ୱର ଜଗଦଲପୁର ମଧ୍ୟରେ ପୃଥକଭାବେ ଚଳାଚଳ କରିବ। ଏନେଇ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ବୋଲି ରେଳମନ୍ତ୍ରୀ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏହାଦ୍ୱାରା ଯାତ୍ରୀମାନେ ବିଶେଷ ଲାଭ ପାଇପାରିବେ ବୋଲି ଗୋୟଲ ଆଶାବ୍ୟକ୍ତ କରିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ଧର୍ମେନ୍ଦ୍ର ଜୁଲାଇ ୧୮ରେ ରେଳମନ୍ତ୍ରୀଙ୍କୁ ଚିଠି ଲେଖି ଭୁବନେଶ୍ୱର-ଜଗଦଲପୁର ଏବଂ ଭୁବନେଶ୍ୱର-ଜୁନାଗଡକୁ ଦୁଇଟି ପୃଥକ ଟ୍ରେନ୍‌ ଚଳାଚଳ କରିବା ଲାଗି ଅନୁରୋଧ କରିଥିଲେ। ଏହାସହ ଏହି ଦୁଇଟି ଟ୍ରେନ୍‌ ଚଳାଚଳ ଲାଗି କଳାହାଣ୍ଡି ଜିଲାର ଭବାନୀପାଟଣା ଓ ଜୁନାଗଡ ଅଞ୍ଚଳର ଲୋକମାନେ ଦୀର୍ଘଦିନରୁ ଦାବି କରି ଆସୁଥିବା ଜଣାଇଥିଲେ। ବର୍ତ୍ତମାନ ଭୁବନେଶ୍ୱରରୁ ଯାଉଥିବା ଟ୍ରେନ୍‌ର ୧୦ଟି ବଗି ରାୟଗଡା ଷ୍ଟେସନରେ ଅଲଗା ହୋଇ ଜୁନାଗଡ ଅଭିମୁଖେ ଯାଉଛି। ଅବଶିଷ୍ଟ ୧୨ଟି ବଗି ଜଗଦଲପୁର ଅଭିମୁଖେ ଯାତ୍ରା କରୁଛି। ଫେରିବା ସମୟରେ ଉଭୟ ଜଗଦଲପୁର ଏବଂ ଜୁନାଗଡରୁ ଆସୁଥିବା ଭିନ୍ନଭିନ୍ନ ଟ୍ରେନ୍‌ ରାୟଗଡା ଷ୍ଟେଶନରେ ଗୋଟିଏ ଇଞ୍ଜିନରେ ଯୋଡି ହୋଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଛି। ଉପରୋକ୍ତ ବ୍ୟବସ୍ଥା ବିଶେଷଭାବେ କଳାହାଣ୍ଡି ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ଏଭଳି ଜଟିଳ ବ୍ୟବସ୍ଥା ସମ୍ପର୍କରେ ସଚେତନ ନ ଥିବା ଯାତ୍ରୀମାନେ ଅନେକ ସମୟରେ ଠିକ୍‌ ବଗିରେ ଚଢି ନ ପାରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଉପରୋକ୍ତ ପ୍ରସ୍ତାବକୁ ସ୍ବୀକୃତି ମିଳିଲେ ରାଜଧାନୀ-ଭୁବନେଶ୍ୱର ଓ କଳାହାଣ୍ଡି ମଧ୍ୟରେ ଯାତାୟାତ ଲାଗି ବ୍ୟବସ୍ଥା ହେବ। ଏହାଦ୍ୱାରା ଯାତ୍ରୀଙ୍କ ଆଗ୍ରହ ଅଧିକ ଥିବାରୁ ଟ୍ରେନ୍‌ରେ ଯାତ୍ରୀ ଭିଡ ଅଧିକ ରହିବ ଏବଂ ପୂର୍ଣ୍ଣ ଯାତ୍ରୀ କ୍ଷମତାରେ ଚଳାଚଳ କରିବ। ଏହାବ୍ୟତୀତ ଯାତ୍ରୀଙ୍କ ପାଇଁ ଅଧିକ ସଂଖ୍ୟକ ସଂରକ୍ଷିତ ବଗି ଉପଲବ୍ଧ ହୋଇପାରିବ ବୋଲି ଧର୍ମେନ୍ଦ୍ର ଚିଠିରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?