ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ପ୍ରସ୍ତାବ ଦେଲେ ସସ୍ମିତ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ସୋମବାର ଗୃହରେ ଯୁକ୍ତି ଉପସ୍ଥାପନ କରିଛନ୍ତି। ଓଡ଼ିଶାକୁ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ଏବଂ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ତେଣୁ ବିଜୁ ପଟ୍ଟନାୟକ ଅନ୍ତଃରାଷ୍ଟ୍ରୀୟ ବିମାନ ବନ୍ଦରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଯୋଗାଇ ଦେବାକୁ ଏକାଧିକ ଅନ୍ତଃରାଷ୍ଟ୍ରୀୟ କମ୍ପାନୀ ଆଗ୍ରହ ପ୍ରକାଶ କରୁଛନ୍ତି। ହେଲେ ଏଠାରେ ବିମାନ ଅବତରଣର କିଛି କଟକଣା ରହିଥିବା କାରଣରୁ ବିମାନ କମ୍ପାନୀଗୁଡ଼ିକ ଉଡ଼ାଣ କରିପାରୁନାହାନ୍ତି। ତେଣୁ ଭୁବନେଶ୍ୱରରୁ ଦୁବାଇ ମଧ୍ୟରେ ବିମାନସେବା ଯୋଗାଇ ଦିଆଗଲେ ଏହା ଅନ୍ୟ ରାଷ୍ଟ୍ରଗୁଡ଼ିକୁ ଯିବାଆସିବା କରିବାରେ ଯାତ୍ରୀମାନଙ୍କ ପାଇଁ ସହଜ ହେବ। ଯଦିଓ ଏବେ ଭୁବନେଶ୍ୱରରୁ ଏୟାର ଇଣ୍ଡିଆ ବିମାନ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଗୁଡ଼ିକୁ ଭାୟା ଦିଲ୍ଲୀ ଦେଇ ଉଡ଼ାଣ କରୁଛି, ତାହା ଅଧିକ ବ୍ୟୟ ସାପେକ୍ଷ ଅଟେ। ତେଣୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଯୋଗାଇଦେବାକୁ କେନ୍ଦ୍ର ସରକାର ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ତୁରନ୍ତ ନିଷ୍ପତ୍ତି ନେବାକୁ ସସ୍ମିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri