ଗୋପାଳପୁର,୨୪ା୧-ଭୁବନେଶ୍ୱର ରେଳ ଷ୍ଟେଶନରୁ ଶିଶୁପୁତ୍ର ଅପହରଣ ମାମଲାରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ଦୁମୁଦୁମି ଗ୍ରାମ ଛକ ନିକଟରେ ଏକ କ୍ଲିନିକ୍ରେ ରହୁଥିବା ଜନୈକା ମହିଳାଙ୍କୁ ବୁଧବାର ଗିରଫ କରିଥିଲା। ଖାରବେଳନଗର ଥାନା ପୋଲିସ ଗୁରୁବାର ଗୋଳନ୍ଥରାରେ ପହଞ୍ଚତ୍ ଗିରଫ ମହିଳାଙ୍କୁ ପଚରାଉଚରା ପାଇଁ ଭୁବନେଶ୍ୱର ଆଣିଛି। ସେ ହେଲେ ଜିତା ପାଲ। ପ୍ରକାଶ ଯେ, ଗତ ୧୫ ଦିନ ହେଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଦୁମୁଦୁମି ଗ୍ରାମ ଛକ ନିକଟରେ ଥିବା ଏକ ଆର୍ୟୁବେଦିକ କ୍ଲିନିକରେ ଜଣେ ୪ ବର୍ଷର ଅପରିଚିତ ଶିଶୁପୁତ୍ରଙ୍କୁ ସନ୍ଦେହଜନକ ଭାବେ ରଖାଯାଇଥିଲା। ଏନେଇ ଗ୍ରାମବାସୀ ବୁଧବାର ଶିଶୁପୁତ୍ର ସମ୍ପର୍କରେ ଜନୈକ ବ୍ୟକ୍ତି ଓ ଦୁଇ ମହିଳାଙ୍କୁ ପଚାରିବାରୁ ଶିଶୁପୁତ୍ରଙ୍କୁ ଯେଉଁଠାରେ ଆଣିଥିଲୁ ସେଠାରେ ଛାଡ଼ିଦେଲୁ ବୋଲି କହିବା ପରେ ଗ୍ରାମବାସୀ ପାଟିତୁଣ୍ଡ କରିଥିଲେ। ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ୩ ଜଣଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଥିଲା। ଶିଶୁପୁତ୍ରଟି ବିହାର ମୁଜାଫର ଅଞ୍ଚଳର ଜନୈକ ଦମ୍ପତିଙ୍କର ଓ ଗତ ୮ ତାରିଖରେ ଗୀତା ଭୁବନେଶ୍ୱର ରେଳ ଷ୍ଟେସନରେ କାନ୍ଦୁଥିବାବେଳେ ଆଣିଥିଲେ। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରିତ ହେବା ପରେ ଉକ୍ତ ଶିଶୁପୁତ୍ରଙ୍କୁ ପୁଣି ଭୁବନେଶ୍ୱର ନେଇ ଛାଡ଼ି ଦେଇଥିବା କହିଥିଲେ। ପ୍ରକାଶ ଯେ, ଶିଶୁପୁତ୍ରଙ୍କ ମା’ ଖାାରବେଳନଗର ଥାନାରେ ଗତ ୯ ତାରିଖରେ ଅଭିଯୋଗ କରିବା ପରେ ନଂ.୫/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା।
ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର
ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…
ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…
College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…
ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…
ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…
ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…
ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର
ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…
କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ
ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର
ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍ରୁମ୍ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍ରୁମ୍…

