ଭୁବନେଶ୍ୱରରୁ ସାଇକେଲ୍‌ରେ ଫେରିଲେ ୧୧ ଶ୍ରମିକ

ଠାକୁରମୁଣ୍ଡା,୫ା୫(ଡି.ଏନ୍‌.ଏ.)- ଭୁବନେଶ୍ୱର କିଟ୍‌ ନିକଟ ପଥରଗୋଡ଼ିଆରେ ରହି ଶ୍ରମିକ ଭାବରେ କାର୍ଯ୍ୟ କରୁଥିବା ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଅଞ୍ଚଳର ୧୧ ଜଣ ଶ୍ରମିକ ସାଇକେଲ ଯୋଗେ ଆସି ଠାକୁରମୁଣ୍ଡାରେ ପହଞ୍ଚିଛନ୍ତି। ଲକ୍‌ଡାଉନ ଯୋଗୁ କାମଧନ୍ଦା ବନ୍ଦ ରହିବାରୁ ସେଠାରେ ରହିବା ଖାଇବାରେ ଅସୁବିଧା ହୋଇଥିଲା। ଫଳରେ ସେମାନେ ନିଜ ଗାଁକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ରବିବାର ସକାଳୁ ନିଜ ନିଜ ସାଇକେଲରେ ଅସବାବପତ୍ରକୁ ବାନ୍ଧି ୫ ଜଣ ମହିଳା ଓ ୬ ଜଣ ପୁରୁଷ ମୟୂରଭଞ୍ଜ ଅଭିମୁଖେ ବାହାରିଥିଲେ। ରାତିରେ ବାଟରେ ଗୋଟିଏ ଜାଗାରେ ରହିଥିଲେ। ସୋମବାର ମୋଟ ୧୮୩ କି.ମି ଦୂର ଅତିକ୍ରମ କରି ଠାକୁରମୁଣ୍ଡାଠାରେ ପହଞ୍ଚି ଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଦେଖି ଶୁଖିଲା ଖାଦ୍ୟ ଦେବା ପରେ ସାାରେ ସେମାନେ ନିଜ ଗନ୍ତବ୍ୟ ପଥରେ ଯାଇଥିଲେ। ଏହି ସମସ୍ତ ଶ୍ରମିକଙ୍କ ଘର କୁସୁମୀ ବ୍ଲକ ବୁଢ଼ାଧରା ଗ୍ରାମ,ଜାମଦା ବ୍ଲକର ମୁଗୁଦି ଓ ଚଟୁଣୀ ସାହି ଗ୍ରାମ,ବାଙ୍ଗିରିପୋଷି ବ୍ଲକ ଅଧୀନ ମୋହନପୁର ଏବଂ ବିଶୋଇ ବ୍ଲକ ଅନ୍ତର୍ଗତ ବିଶୋଇ ଗ୍ରାମରେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri