ଭୁବନେଶ୍ୱରରେ ଆଉ ୧୬ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨

ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ରବିବାର ଭୁବନେଶ୍ୱରରେ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।
ସେମାନଙ୍କ ମଧ୍ୟରୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଆକ୍ରାନ୍ତମାନେ ହେଲେ ପଟିଆ ଶ୍ରୀ ବିହାରର ଜଣେ ୩୧ ବର୍ଷୀୟ ଯୁବକ, ୬୫ ବର୍ଷୀୟ ବୃଦ୍ଧ ଏବଂ ୫୮ ବର୍ଷୀୟା ଜଣେ ମହିଳା। ସେହିପରି ଜୟଦେବ ବିହାରର ଗୋଟିଏ ପରିବାରର ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୨ ବର୍ଷୀୟ ଜଣେ ବୃଦ୍ଧ ଏବଂ ୭୧ ବର୍ଷୀୟ ବୃଦ୍ଧା। ସେମାନେ ଯୁକ୍ତରାଷ୍ଟ୍ର ଆମେରିକାରୁ ଫେରିଥିଲେ। ଶାସ୍ତ୍ରୀନଗରରୁ ୭୫ ବର୍ଷୀୟ ଜଣେ ବୃଦ୍ଧ ଚିହ୍ନଟ ହୋଇଥିବା ବେଳେ ୪୦ ବର୍ଷୀୟ ଜଣେ ବ୍ୟକ୍ତି ଆକ୍ରାନ୍ତ ହୋଇଛନ୍ତି। ସେମାନେ କୋଲକାତା ଫେରନ୍ତା ବୋଲି ଜଣାପଡ଼ିଛି। ଡୁମ୍‌ଡୁମାରୁ ଜଣେ ୨୨ ବର୍ଷୀୟ ଯୁବକ ଚିହ୍ନଟ ହୋଇଛନ୍ତି। ସେ ପୁଣେରୁ ଫେରିଥିବା ଜଣାପଡ଼ିଛି। କଳିଙ୍ଗବିହାରରୁ ଜଣେ ୩୪ ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ଓମାନରୁ ଫେରିଥିଲେ। ସତ୍ୟନଗରରୁ ଜଣେ ୩୩ ବର୍ଷୀୟ ଯୁବକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଦିଲ୍ଲୀରୁ ଫେରିଥିଲେ। ସେହିପରି ନୟାପଲ୍ଲୀ ଶବରସାହିର ଜଣେ ୫୪ ବର୍ଷୀୟ ବ୍ୟକ୍ତିଙ୍କୁ କରୋନା ହୋଇଛି। ସେ ନିକଟରେ ଚେନ୍ନାଇରୁ ଫେରିଥିଲେ। ରସୁଲଗଡ଼ ନେତାଜୀବିହାରରୁ ଜଣେ ୪୭ ବର୍ଷୀୟ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଗୁରୁଗାଓଁରୁ ଫେରିଥିଲେ। ଯଦୁପୁରରୁ ଜଣେ ୩୧ ବର୍ଷୀୟ ଯୁବକ ଚିହ୍ନଟ ହୋଇଛନ୍ତି। ସେ ଦିଲ୍ଲୀରୁ ଫେରିଥିବା ଜଣାପଡ଼ିଛି। ସେହିପରି ୟୁନିଟ୍‌ ୩ ମସ୍‌ଜିଦ୍‌ କଲୋନୀରୁ ଜଣେ ୬୦ ବର୍ଷୀୟ ବୃଦ୍ଧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ କୋଲକାତାରୁ ଫେରି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ପଳାଶୁଣି କପିଳେଶ୍ୱର ବିହାରରୁ ଜଣେ ୨୫ ବର୍ଷୀୟ ଯୁବକ କରୋନା ସଂକ୍ରମିତ ହୋଇଥିବା ବେଳେ ଏକ ବେସରକାରୀ ହସ୍ପିଟାଲର ଜଣେ ୩୨ ବର୍ଷୀୟ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରରୁ ବର୍ତ୍ତମାନ ସୁଦ୍ଧା ୧୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ ସୁସ୍ଥ ହୋଇଛନ୍ତି। ୫୮ ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri