ଭୁବନେଶ୍ୱରରେ ଆମିକସ୍‌ କ୍ୟୁରି

ପୁରୀ ଅଫିସ, ୭ା୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟା ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଶନିବାର ସେମାନେ ପୁରୀରେ ପହଞ୍ଚତ୍ ୭୫ ମିଟର ଉଚ୍ଛେଦ ସଂକ୍ରାନ୍ତରେ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଉଚ୍ଛେଦକୁ ନେଇ ପୁରୀରେ ଅସନ୍ତୋଷ ତେଜୁଥିବା ବେଳେ ଆମିକସ୍‌ କ୍ୟୁରିଙ୍କ ଏହି ଗସ୍ତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି।
ଭୁବନେଶ୍ୱର ବିମାନ ବନ୍ଦରରେ ଶୁକ୍ରବାର ରାତି ପ୍ରାୟ ୧୦ଟାରେ ଆମିକସ୍‌ କ୍ୟୁରି ଏବଂ ସଲିସିଟର ଜେନେରାଲ ପହଞ୍ଚତ୍ଥିଲେ। ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆମିକସ୍‌ କୁରି ରଞ୍ଜିତ କୁମାର କହିଥିଲେ ଯେ, ଆମେ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପୁରୀ ଯିବୁ। ସେଠାରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ କାର୍ଯ୍ୟର ସମୀକ୍ଷା କରିବୁ ବୋଲି କହିଥିଲେ। ଶନିବାର ସକାଳେ ସେମାନେ ପୁରୀରେ ପହଞ୍ଚତ୍ ପ୍ରଥମେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଜିଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ଉଚ୍ଛେଦ ପ୍ରସଙ୍ଗରେ ଆଲୋଚନା କରିବେ। ଏଥିସହ ଭଙ୍ଗାଯାଇଥିବା ଏବଂ ଆଗକୁ ଭଙ୍ଗା ହେବାକୁ ଥିବା ବିଭିନ୍ନ ମଠ ମହନ୍ତଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଆମିକସ୍‌କ୍ୟୁରି ଏବଂ ସଲିସିଟର ଜେନେରାଲ ବୁଦ୍ଧିଜୀବୀ ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଲିଖିତ ମତାମତ ନେଇପାରନ୍ତି। ସମସ୍ତଙ୍କଠାରୁ ତଥ୍ୟ ସଂଗ୍ରହ କରିବା ପରେ ଉଚ୍ଛେଦ ସଂକ୍ରାନ୍ତରେ ସୁପ୍ରିମ୍‌କୋର୍ଟଙ୍କୁ ତାଙ୍କ ରିପୋର୍ଟ ପ୍ରଦାନ କରିବେ ଆମିକସ୍‌ କ୍ୟୁରି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri