ଭୁବନେଶ୍ୱରରେ ଏବେ ୩୦ କରୋନା ଆକ୍ରାନ୍ତ ଚିକିତ୍ସିତ: ବମିଖାଲର ସବୁ ଆକ୍ରାନ୍ତ ଗୋଟିଏ ପରିବାରର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୩୦ଜଣ ରହିଛନ୍ତି। ଗତ ୩ଦିନ ମଧ୍ୟରେ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହୋଇଯାଇଛି। ୩୦ଜଣଙ୍କ ମଧ୍ୟରୁ ଅଧିକାଂଶ ଲୋକ ସୂର୍ଯ୍ୟନଗରର ଓ ବମିଖାଲର ପ୍ରଥମ ଆକ୍ରାନ୍ତଙ୍କ ସହିତ ସଂସ୍ପର୍ଶରେ ଆସିଛନ୍ତି। ତେବେ ବମିଖାଲର ଆକ୍ରାନ୍ତମାନେ ଗୋଟିଏ ପରିବାରର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ବମିଖାଲରେ ପ୍ରଥମେ ୩ଜଣଙ୍କ କରୋନା ପଜିଟିଭ ବାହାରିଥିଲା। ସେମାନେ ୩ଭାଇ ଥିଲେ। ଏହାପରେ ଆଉ ଜଣେ ଆକ୍ରାନ୍ତ ତାଙ୍କ ପରିବାରର ବାହାରିଥିଲା। ତାପରେ ପୁଣି ୧୫ଜଣ ବମିଖାଲର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଗୋଟିଏ ପରିବାରର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri