ଭୁବନେଶ୍ୱରରେ ଘଣ୍ଟାଏ ଚାଲିବ କୋର୍ଟ

ଭୁବନେଶ୍ୱର,୪ା୫(ବ୍ୟୁରୋ): କେନ୍ଦ୍ର ସରକାର ଦୁଇ ସପ୍ତାହ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି। ହେଲେ ଏହି ସମୟରେ କୋର୍ଟ କାର୍ଯ୍ୟ ବନ୍ଦ ରହୁଥିବାରୁ ଅନେକ ମାମଲା ଫଇସଲା ନ ହୋଇ ପଡିରହିଛି। ଯାହାକି ଦିନକୁ ଦିନ ମାମଲା ସଂଖ୍ୟା ବଢିବାରେ ଲାଗିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି କୋର୍ଟ କାର୍ଯ୍ୟ ଚାଲିବା ପାଇଁ ହାଇକୋର୍ଟ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଗ୍ରୀନ୍‌ ଜୋନ୍‌ରେ ପୂର୍ବଭଳି କୋର୍ଟ କାର୍ଯ୍ୟ ସକାଳୁ ଆରମ୍ଭ ହୋଇ ଲଞ୍ଚବ୍ରେକ୍‌ ପର୍ଯ୍ୟନ୍ତ ଚାଲିବ। ଅରେଞ୍ଜ ଜୋନ୍‌ରେ ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଚାଲିବ ଏବଂ ରେଡ ଜୋନ୍‌ରେ ୧ ଘଣ୍ଟା କୋର୍ଟ ଚାଲିବ। ଅରେଞ୍ଜ ଜୋନରେ ବହ୍ମପୁର, ଛତ୍ରପୁର, କୋରାପୁଟ, ପୁରୀ ଥିବାରୁ ସେଠାରେ ଦୁଇ ଘଣ୍ଟା କୋର୍ଟ କାର୍ଯ୍ୟ ହେବ। କିନ୍ତୁ କୌଣସି କାର୍ଯ୍ୟରୁ ଯଦି ସକାଳ ସମୟରେ ନ ହୁଏ, ତେବେ ଦିନ ୧୧ଟାରୁ ଅପରାହ୍ନ ୧ ଟାଏ ପର୍ଯ୍ୟନ୍ତ କାର୍ଯ୍ୟ ହେବ ବୋଲି ହାଇକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହେଲେ ଭୁବନେଶ୍ୱର ରେଡ ଜୋନରେ ଥିବାରୁ ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ଚାଲିବ ବୋଲି ନିର୍ଦ୍ଦେଶ ରହିଛି। ଅନ୍ୟପଟେ ଓକିଲଙ୍କ ସୁରକ୍ଷାକୁ ଦେଖି ଭୁବନେଶ୍ୱର ବାର ଆସୋସିଏଶନ୍‌ ଅତ୍ୟନ୍ତ ଗୁରୁତପୂର୍ଣ୍ଣ କାର୍ଯ୍ୟ ନ ଥିଲେ କୋର୍ଟ ଆସିବାକୁ ଓକିଲଙ୍କୁ ମନା କରିଛି। ଏପରିକି ଆସୋସିଏଶନ୍‌ ହଲ୍‌କୁ ସାନିଟାଇଜ୍‌ କରାଯାଇ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri