ଭୁବନେଶ୍ୱରରେ ପହଞ୍ଚିଲା ମେଡିକାଲ ସାମଗ୍ରୀ

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ବିଶ୍ୱ ମହାମାରୀ ରୂପ ନେଇସାରିଲାଣି। ରାଜ୍ୟ, ଦେଶ ତଥା ସମଗ୍ର ମାନବ ସମାଜ ଏହାର ମୁକାବିଲା କରିବା ପାଇଁ ଉଦ୍ୟମ ଅବ୍ୟାହତ ରଖିଛି। ପଞ୍ଚାୟତସ୍ତରରୁ ଆରମ୍ଭକରି ରାଜ୍ୟ ଏବଂ ରାଜ୍ୟରୁ ଜାତୀୟସ୍ତର ପର୍ଯ୍ୟନ୍ତ କରୋନା ଭୂତାଣୁ ସମ୍ପର୍କିତ ପରୀକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ସ୍ବଳ୍ପ ଦିନରୁ ନମୁନା ପରୀକ୍ଷା କରି ସଂକ୍ରମିତ ସଂଖ୍ୟା ଜାଣିବା ହିଁ ଆରୋଗ୍ୟର ପ୍ରଥମ ସୋପାନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଦିନକୁ ୧୦୦୦ ତଥା ତଦୂର୍ଦ୍ଧ୍ୱ ନମୁନା ପରୀକ୍ଷା ପାଇଁ ଚେଷ୍ଟା କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏ ନେଇ ସମସ୍ତ ଅଧିକାରୀ ଏବଂ ସ୍ବାସ୍ଥ୍ୟ ବିଭାଗକୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି।
ଏହି କ୍ରମରେ କେନ୍ଦ୍ର ମଧ୍ୟ ରାଜ୍ୟଗୁଡ଼ିକୁ ଯଥାସମ୍ଭବ ସହଯୋଗର ହାତ ବଢ଼ାଇଛି। ଭାରତୀୟ ବାୟୁସେନାର ୨ଟି ଏଏନ୍‌-୩୨ ଏୟାରକ୍ରାଫ୍ଟ ୧୯ ଅଧିକାରୀ ଏବଂ ୩୫୦୦ କିଲୋ ଗ୍ରାମର ମେଡିକାଲ ସାମଗ୍ରୀ ନେଇ ଭୁବନେଶ୍ୱରରେ ପହଞ୍ଚିଛି। ଏହି ବିମାନ ଦ୍ୱୟ ତମବରମସ୍ଥିତ ଆଇସିଏମ୍‌ଆର୍‌ରୁ ଏହି ସାମଗ୍ରୀ ଆଣିଛି। ଏ ସମ୍ପର୍କରେ ବାୟୁସେନା ପକ୍ଷରୁ ଟୁଇଟରରେ ସୂଚନା ଦିଆଯାଇଛି। ଏହି ଟୁଇଟରଟିକୁ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଧ୍ୟ ରିଟୁଇଟ୍‌ କରାଯାଇଛି। ଆସିଥିବା ସାମଗ୍ରୀ ଓଡ଼ିଶାରେ କରୋନା ସମ୍ପର୍କିତ ନମୁନା ପରୀକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରିବ ବୋଲି ଜଣାଯାଇଛି। ବାୟୁସେନା ପକ୍ଷରୁ ସହାୟତା କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଧନ୍ୟବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri