ଭୁବନେଶ୍ୱରରେ ବଢ଼ିବ ପରୀକ୍ଷଣ ସୁବିଧା: ସଂଗ୍ରହ ହେବ ଇଚ୍ଛୁକ ବ୍ୟକ୍ତିଙ୍କ ନମୁନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ଲୋକଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଇଚ୍ଛୁକ ବ୍ୟକ୍ତିଙ୍କର ନମୁନା ସଂଗ୍ରହ କରାଯିବ। ସ୍ବାସ୍ଥ୍ୟ ପରୀକ୍ଷା ଓ ନମୁନା ପରୀକ୍ଷଣ ପାଇଁ ଭୁବନେଶ୍ୱର ଜନସାଧାରଣଙ୍କ ପକ୍ଷରୁ ବହୁ ଅନୁରୋଧ ଆସିବା ପରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନିୟୋଜିତ ଡାକ୍ତରୀ ଦଳର ସଂଖ୍ୟା ବଢ଼ାଇ ଦିଆଯାଇଛି। ଜୋନ୍‌ ସ୍ତରରେ ଏହି କାର୍ଯ୍ୟ ପ୍ରତି ବିଶେଷ ଭାବେ ଗୁରୁତ୍ୱ ଦିଆଯିବ। କୋଭିଡ୍‌-୧୯କୁ ଜୋନ୍‌ସ୍ତରରେ ନିୟନ୍ତ୍ରଣ କରିବା ପାଇଁ ଦାୟିତ୍ୱ ନେଇଥିବା ବରିଷ୍ଠ ଆଇଏଏସ୍‌ ଅଧିକାରୀମାନେ ଏହାର ତଦାରଖ କରିବେ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।
ଭୁବନେଶ୍ୱରରେ ଏବେ ରାଜ୍ୟର ସର୍ବାଧିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସରକାର ୬ ବରିଷ୍ଠ ଆଇଏଏସଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ସେମାନେ ତ୍ୱରିତ ପଦକ୍ଷେପ ନେବେ। ଅଧିକାରୀମାନେ ଭୁବନେଶ୍ୱରରେ ଥିବା ବସ୍ତିଅଞ୍ଚଳକୁ ଫୋକସ୍‌ରେ ରଖିଛନ୍ତି। ତେଣୁ ବସ୍ତି ଅଞ୍ଚଳରେ ଏବେ ପ୍ରତି ଦିନ ଘରକୁ ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା କରଯିବ ବୋଲି କମିଶନର ଚୌଧାରୀ କହିଛନ୍ତି। ଉଲ୍ଲେଖଚଯୋଗ୍ୟ, ବୁଧବାର ଦାୟିତ୍ୱ ଗ୍ରହଣ କରିବା ପରେ ରାଜଧାନୀରେ କରୋନା ସଂକ୍ରମଣକୁ କିପରି ରୋକାଯାଇ ପାରିବ ସେନେଇ ୬ ବରିଷ୍ଠ ଆଇଏଏସ୍‌ ଅଧିକାରୀ ତତ୍ପରତାା ପ୍ରକାଶ କରିଛନ୍ତି।
ଦୃଢ଼ ହେବ କଣ୍ଟେନ୍‌ମେଣ୍ଟ କଟକଣା
ଭୁବନେଶ୍ୱରରେ ଏବେ କିଛି ଅଞ୍ଚଳରେ ସଂକ୍ରମିିତଙ୍କଠାରୁ ପାଖ ପଡ଼ୋଶୀ ସଂକ୍ରମିତ ହୋଇ ଥିବାର ପରିଲକ୍ଷିତ ହୋଇଛି। ଗୋଷ୍ଠୀ ସଂକ୍ରମଣ ହେବା ପୂର୍ବରୁ ଏଥିରେ ରୋକ୍‌ ଲଗାଇବା ପାଇଁ ଆଇଏଏସ ଅଧିକାରୀମାନେ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରରେ ଯେକୌଣସି ଅଞ୍ଚଳ ଏବେ ବି କଣ୍ଟେନ୍‌ମେଣ୍ଟ ଅଞ୍ଚଳ ଭାବେ ପରିଗଣିତ ହେଉଛି, ସେଥିରେ କଟକଣା ବଢ଼ାଯିବ। ଡ୍ରୋନ୍‌ ଦ୍ୱାରା ଲୋକଙ୍କ ଗମନାଗମନ ପ୍ରତି ଦୃଷ୍ଟି ଦିଆଯିବ। କେହି ବି ନିୟମ ଖିଲାପ କରୁଥିବାର ନଜରକୁ ଆସିଲେ ତାଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହୁଥିବା ବ୍ୟକ୍ତିମାନେ ଯଦି ନିୟମ ଖିଲାପ କରୁଥିବାର ନଜରକୁ ଆସନ୍ତି ତାଙ୍କ ପ୍ରତି ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

ଆଜିଠୁ କାର୍ଡ ନ ଥିବା ବ୍ୟକ୍ତିଙ୍କୁ ମିଳିବ ରାଶନ
ଯାହାର ରାଶନକାର୍ଡ ନାହିଁ ସେମାନଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରାଯିବ। ଭୁବନେଶ୍ୱରରେ ବସବାସ କରୁଥିବା ଅନ୍ୟ ରାଜ୍ୟ ତଥା ଜିଲାର ଶ୍ରମିକଙ୍କ ପାଇଁ ଏବେ କୌଣସି କାମ ନଥିବାରୁ ସେମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଲକ୍ଷ୍ୟରଖି ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଉପରେ ଗୁରୁତ୍ୱାରୋପ କରି ବରିଷ୍ଠ ଆଇଏଏସ୍‌ ଅଧିକାରୀମାନେ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri