ଭୁବନେଶ୍ୱରରେ ବଢ଼ିବ ପରୀକ୍ଷଣ ସୁବିଧା: ସଂଗ୍ରହ ହେବ ଇଚ୍ଛୁକ ବ୍ୟକ୍ତିଙ୍କ ନମୁନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ଲୋକଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଇଚ୍ଛୁକ ବ୍ୟକ୍ତିଙ୍କର ନମୁନା ସଂଗ୍ରହ କରାଯିବ। ସ୍ବାସ୍ଥ୍ୟ ପରୀକ୍ଷା ଓ ନମୁନା ପରୀକ୍ଷଣ ପାଇଁ ଭୁବନେଶ୍ୱର ଜନସାଧାରଣଙ୍କ ପକ୍ଷରୁ ବହୁ ଅନୁରୋଧ ଆସିବା ପରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନିୟୋଜିତ ଡାକ୍ତରୀ ଦଳର ସଂଖ୍ୟା ବଢ଼ାଇ ଦିଆଯାଇଛି। ଜୋନ୍‌ ସ୍ତରରେ ଏହି କାର୍ଯ୍ୟ ପ୍ରତି ବିଶେଷ ଭାବେ ଗୁରୁତ୍ୱ ଦିଆଯିବ। କୋଭିଡ୍‌-୧୯କୁ ଜୋନ୍‌ସ୍ତରରେ ନିୟନ୍ତ୍ରଣ କରିବା ପାଇଁ ଦାୟିତ୍ୱ ନେଇଥିବା ବରିଷ୍ଠ ଆଇଏଏସ୍‌ ଅଧିକାରୀମାନେ ଏହାର ତଦାରଖ କରିବେ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।
ଭୁବନେଶ୍ୱରରେ ଏବେ ରାଜ୍ୟର ସର୍ବାଧିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସରକାର ୬ ବରିଷ୍ଠ ଆଇଏଏସଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ସେମାନେ ତ୍ୱରିତ ପଦକ୍ଷେପ ନେବେ। ଅଧିକାରୀମାନେ ଭୁବନେଶ୍ୱରରେ ଥିବା ବସ୍ତିଅଞ୍ଚଳକୁ ଫୋକସ୍‌ରେ ରଖିଛନ୍ତି। ତେଣୁ ବସ୍ତି ଅଞ୍ଚଳରେ ଏବେ ପ୍ରତି ଦିନ ଘରକୁ ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା କରଯିବ ବୋଲି କମିଶନର ଚୌଧାରୀ କହିଛନ୍ତି। ଉଲ୍ଲେଖଚଯୋଗ୍ୟ, ବୁଧବାର ଦାୟିତ୍ୱ ଗ୍ରହଣ କରିବା ପରେ ରାଜଧାନୀରେ କରୋନା ସଂକ୍ରମଣକୁ କିପରି ରୋକାଯାଇ ପାରିବ ସେନେଇ ୬ ବରିଷ୍ଠ ଆଇଏଏସ୍‌ ଅଧିକାରୀ ତତ୍ପରତାା ପ୍ରକାଶ କରିଛନ୍ତି।
ଦୃଢ଼ ହେବ କଣ୍ଟେନ୍‌ମେଣ୍ଟ କଟକଣା
ଭୁବନେଶ୍ୱରରେ ଏବେ କିଛି ଅଞ୍ଚଳରେ ସଂକ୍ରମିିତଙ୍କଠାରୁ ପାଖ ପଡ଼ୋଶୀ ସଂକ୍ରମିତ ହୋଇ ଥିବାର ପରିଲକ୍ଷିତ ହୋଇଛି। ଗୋଷ୍ଠୀ ସଂକ୍ରମଣ ହେବା ପୂର୍ବରୁ ଏଥିରେ ରୋକ୍‌ ଲଗାଇବା ପାଇଁ ଆଇଏଏସ ଅଧିକାରୀମାନେ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରରେ ଯେକୌଣସି ଅଞ୍ଚଳ ଏବେ ବି କଣ୍ଟେନ୍‌ମେଣ୍ଟ ଅଞ୍ଚଳ ଭାବେ ପରିଗଣିତ ହେଉଛି, ସେଥିରେ କଟକଣା ବଢ଼ାଯିବ। ଡ୍ରୋନ୍‌ ଦ୍ୱାରା ଲୋକଙ୍କ ଗମନାଗମନ ପ୍ରତି ଦୃଷ୍ଟି ଦିଆଯିବ। କେହି ବି ନିୟମ ଖିଲାପ କରୁଥିବାର ନଜରକୁ ଆସିଲେ ତାଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହୁଥିବା ବ୍ୟକ୍ତିମାନେ ଯଦି ନିୟମ ଖିଲାପ କରୁଥିବାର ନଜରକୁ ଆସନ୍ତି ତାଙ୍କ ପ୍ରତି ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

ଆଜିଠୁ କାର୍ଡ ନ ଥିବା ବ୍ୟକ୍ତିଙ୍କୁ ମିଳିବ ରାଶନ
ଯାହାର ରାଶନକାର୍ଡ ନାହିଁ ସେମାନଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରାଯିବ। ଭୁବନେଶ୍ୱରରେ ବସବାସ କରୁଥିବା ଅନ୍ୟ ରାଜ୍ୟ ତଥା ଜିଲାର ଶ୍ରମିକଙ୍କ ପାଇଁ ଏବେ କୌଣସି କାମ ନଥିବାରୁ ସେମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଲକ୍ଷ୍ୟରଖି ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଉପରେ ଗୁରୁତ୍ୱାରୋପ କରି ବରିଷ୍ଠ ଆଇଏଏସ୍‌ ଅଧିକାରୀମାନେ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri