ଭୁବନେଶ୍ୱରରେ ବୁଲିବ ମାସ୍କ ମୋବାଇଲ ଭ୍ୟାନ୍‌

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କରୋନା ଭୂୂତାଣୁ ସଂକ୍ରମଣ ରୋକିବା ଦିଗରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି। ସାଧାରଣ ଲୋକଙ୍କ ଲାଗି ରାଜ୍ୟର ବିଭିନ୍ନ ଜିଲାରେ ଥିବା ସ୍ବୟଂ ସହାୟକ ଗୋଷ୍ଠୀ ତଥା ଉତ୍ପାଦକ ଗୋଷ୍ଠୀର ସଦସ୍ୟାମାନେ କପଡ଼ାରେ ମାସ୍କ ତିଆରି କରୁଛନ୍ତି। ଏହି କପଡ଼ା ମାସ୍କ ଲୋକଙ୍କ ନିକଟରେ ସୁବିଧାରେ ଉପଲବ୍ଧ କରାଇବା ପାଇଁ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓର୍‌ମାସ୍‌ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି।
ଅନ୍ୟପକ୍ଷରେ ଏହି ମାସ୍କର ବିକ୍ରି ପାଇଁ ଭୁବନେଶ୍ୱର ଯୁନିଟ-୮ସ୍ଥିତ ଏସ୍‌ଆଇଆର୍‌ଡି କ୍ୟାମ୍ପସ ସମ୍ମୁଖରେ ଏକ ସ୍ବତନ୍ତ୍ର କାଉଣ୍ଟର ଖୋଲାଯାଇଛି। ରବିବାର ପୂର୍ବାହ୍ନରେ ଏହି କାଉଣ୍ଟରର ଶୁଭାରମ୍ଭ କରାଯାଇଛି। ଏଠାରେ ମିଳୁଥିବା ପ୍ରତ୍ୟେକ ମାସ୍କର ଦାମ୍‌ ୧୫ ଟଙ୍କା ରହିଛି। ଏହି ମାସ୍କକୁ ଥରେ ବ୍ୟବହାର କରିବା ପରେ ଡିଟରଜେଣ୍ଟ କିମ୍ବା ଗରମ ପାଣିରେ ଭଲ ଭାବେ ସଫା କରି ପୁଣିଥରେ ବ୍ୟବହାର କରିହେବ। କାଉଣ୍ଟରରେ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ କରୋନା ସତର୍କତାମୂଳକ ନିୟମ ଅବଲମ୍ବନ କରି ମାସ୍କ ବିକ୍ରି କରୁଛନ୍ତି। ପ୍ରତିଦିନ ସକାଳ ୮ଟାରୁ ଦିନ ୧୨ଟା ଏବଂ ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ଏହି କାଉଣ୍ଟର ଖୋଲା ରହିବ। ଏଥିସହ ଏକ ମୋବାଇଲ ଭ୍ୟାନ ମଧ୍ୟ ସୋମବାରଠାରୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ ପରିକ୍ରମା କରିବ। ଏଥିରେ କରୋନା ମୁକାବିଲା ସଚେତନତା ବାର୍ତ୍ତା ସହ ମାସ୍କ ସମ୍ପର୍କିତ ସୂଚନା ରହିବ। ଉକ୍ତ ଭ୍ୟାନ୍‌ରେ ମାସ୍କ ବିକ୍ରି କରିବାକୁ ଯୋଜନା ରହିଛି। ସେହିଭଳି ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ଦ୍ୱାରା ତିଆରି ମାସ୍କ ରାଜ୍ୟର ବିଭିନ୍ନ ଜିଲା ସଦର ମହକୁମା ଏବଂ ବ୍ଲକ୍‌ ସ୍ତରରେ ମଧ୍ୟ ବିକ୍ରି କରିବାରେ ଓର୍‌ମାସ୍‌ ସହଯୋଗ କରୁଛି। ସାଧାରଣ କପଡ଼ାରେ ତିଆରି ଏବଂ କମ୍‌ ଦର ଯୋଗୁ ଲୋକଙ୍କ ମଧ୍ୟରେ ଏହି ମାସ୍କର ଚାହିଦା ରହିଥିବା ଦେଖିବାକୁ ମିଳୁଛି। ସୂଚନାଯୋଗ୍ୟ କରୋନା ଲକ୍‌ଡାଉନ୍‌ ପରଠାରୁ ଏବେସୁଦ୍ଧା ରାଜ୍ୟର ୨୧ ଜିଲାର ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ପ୍ରାୟ ୧୨ ଲକ୍ଷ ମାସ୍କ ତିଆରି କରି ବଜାରକୁ ଛାଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?